ଆଜିର ପଞ୍ଜିକା

ଅଦ୍ୟ ତା.୨୯.୧୦.୨୦୨୫ ରିଖ, ତୁଳା୧୨ ଦିନ, କାର୍ତ୍ତିକ ମାସ, ଶୁକ୍ଳପକ୍ଷ ସପ୍ତମୀ ଗତ ଅଷ୍ଟମୀ, ବୁଧବାର। ସପ୍ତମୀ: ସକାଳ୯ଟା ୨୩ ମିନିଟ୍‌। ଉତ୍ତରାଷାଢ଼ା ସନ୍ଧ୍ୟା ୫ଟା ୩୪ମିନିଟ୍‌, ମକର ଚନ୍ଦ୍ର: ୬୦ ଦଣ୍ଡ ଅହୋରାତ୍ର। ସୂର୍ଯ୍ୟୋଦୟ : ୫ଟା ୪୭ମିନିଟ୍‌ ୫୩ସେକେଣ୍ଡ୍‌, ସୂର୍ଯ୍ୟାସ୍ତ : ୫ଟା ୧୩ମିନିଟ୍‌ ୧୦ସେକେଣ୍ଡ୍‌। ଯୋଗିନୀ ଆଗ୍ନେୟେ, ସକାଳ ୯ଟା ୨୩ ମିନିଟ୍‌ ଗତେ ଐଶାନ୍ୟେ। ମୃତେ ଦ୍ୱିପାଦ, ସକାଳ ୯ଟା ୨୩ ମିନିଟ୍‌ ଗତେ, ସନ୍ଧ୍ୟା ୫ଟା ୩୪ ମିନିଟ୍‌ ମଧ୍ୟେ ଏକପାଦ ପୁଷ୍କର ଦୋଷ। ସକାଳ ୯ଟା ୨୩ ମିନିଟ୍‌ ମଧ୍ୟେ ତାଳ ଓ ପରେ ନଡ଼ିଆ ଖାଇବା ମନା, ଖାଇଲେ ମୂର୍ଖ ହେବେ। ଅମୃତ ବେଳା : ସକାଳ ୮ଟା ୦୭ମିନିଟ୍‌ ଗତେ, ଦିବା ୧୧ଟା ୦୮ମିନିଟ୍‌ ମଧ୍ୟେ ।

ଆଜିର ରାଶିଫଳ

ମେଷ : ଦଶମ ଚନ୍ଦ୍ର, ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଉନ୍ନତି, ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭ କର୍ମର ଆୟୋଜନ କରିବେ। କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତକର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ଆତ୍ମସନ୍ତୋଷ ମିଳିବ। ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ।

ବୃଷ : ଶୁକ୍ଳ ପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ। ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ। କର୍ମରେ ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ଅଷ୍ଟମ ଚନ୍ଦ୍ର, ସକାଳ ୯ଟା ୨୩ ମିନିଟ୍‌ ପରେ ଘାତ ତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ। ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ। ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ। କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମାଛିନ୍ନମସ୍ତା ।

କର୍କଟ : ସପ୍ତମ ଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ। ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ ମିଳିବ। ଆମୋଦପ୍ରମୋଦ, ମଉଜମଜଲିସରେ ଅଧିକ ଆଗ୍ରହ ରହିବ। କୌଣସି ଶୁଭକର୍ମରେ ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗ ଦେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ। କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧, ଆରାଧନା : ମାଭୁବନେଶ୍ୱରୀ ।

ସିଂହ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର ଓ କଥାବାର୍ତ୍ତା ବିବାଦୀୟ ହେବ। ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠହୋଇ ଋଣ କରିବାକୁ ପଡ଼ିପାରେ । ଶତ୍ରୁ ବୃଦ୍ଧି, ଶାରୀରିକ ପୀଡ଼ା ଭୋଗିବେ ଏବଂ ପରିବାରରେ ଅଶାନ୍ତିର ବାତାବାରଣ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୯, ଆରାଧନା : ପ୍ରଭୁଶ୍ରୀ ଜଗନ୍ନାଥ ।

କନ୍ୟା : ପଞ୍ଚମ ଚନ୍ଦ୍ର ଓ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ। ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳା ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। କର୍ମରେ ସଫଳତା ମିଳିବ। ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ସବୁଜସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଶାରୀରିକ ପୀଡ଼ା ଭୋଗିବେ। ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ। ଶୁଭରଙ୍ଗ :ନୀଳ, ସଂଖ୍ୟା : ୨, ଆରାଧନା : ମାକମଳା ।

ବିଛା : ତୃତୀୟ ଚନ୍ଦ୍ର, ଶ୍ରୀ ଚନ୍ଦ୍ର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସାହାଯ୍ୟ ମିଳିବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ନୂତନ ନିଯୁକ୍ତିର ଖବର ମିଳିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ।

ଧନୁ : ଶୁକ୍ଳ ପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ। ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା: ୫, ଆରାଧନା : ମାତାରା ।

ମକର :  ଶ୍ରୀ ଚନ୍ଦ୍ର, ବୁଧବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିବ। ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମାଦୁର୍ଗା ।

କୁମ୍ଭ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରବାକୁ ପଡ଼ିପାରେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମାଭୈରବୀ ।

ମୀନ :ଏକାଦଶ ଚନ୍ଦ୍ର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ ତଥା ବିଦେଶ ଯାତ୍ରାର ସୁଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା  : ମାତାରା ।