ମେଷ : ସପ୍ତମ ଚନ୍ଦ୍ର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ ଓ ଘରୋଇ ଉପକରଣ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ସୁଖାଦ୍ୟ, ସୁବସନ ପ୍ରାପ୍ତ ହେବ ଏବଂ ପରିବାର ସହ କୌଣସି ଶୁଭକର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡି ।
ବୃଷ : ଷଷ୍ଠ ଚନ୍ଦ୍ର, ବୁଧବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ। ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ଭୂମିପୂଜା, ଗୃହପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ସମସ୍ତ କର୍ମରେ ତତ୍ପରତା ପ୍ରକାଶ ପାଇବ। ପରୋପକାର, ସମାଜସେବା, ଧାର୍ମିକକର୍ମରେ ଆଗ୍ରହ ଦେଖାଇବେ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ପଞ୍ଚମ ଚନ୍ଦ୍ର, ବୁଧବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା, କଳା ଓ ସଂସ୍କୃତି ପ୍ରତି ମନରେ ଅଧିକ ଆଗ୍ରହ ରହିବ। ସନ୍ତାନମାନଙ୍କର ଚାଲିଚଳନ, କର୍ମରେ ଉନ୍ନତି ଆସିବ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପାରିବାରିକ ବିବାଦ, ଜମିଜମା ବିବାଦ ଓ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୬, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଘାତବାର ଓ ଚତୁର୍ଥ ଚନ୍ଦ୍ରଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚ ସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ସଂରଯାମ ବ୍ୟବହାର, ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ, ପଦସ୍ଥ ଅଧିକାରୀ, ଗୁରୁଜନ ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତାବେଳେ ଯଥା ସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ କିମ୍ବା ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନ ଓ ଜମିଜମାକୁ ନେଇ ବିବାଦ ଲାଗି ରହିବ ଏବଂ ପାରିବାରିକ ବିବାଦ ଉଗ୍ର ରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ତୃତୀୟ ଚନ୍ଦ୍ର, ତୃତୀୟା ତିଥି ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ । ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀ ଜଗନ୍ନାଥ ।
କନ୍ୟା : ଦ୍ୱିତୀୟ ଚନ୍ଦ୍ର, ବୁଧବାର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ ଏବଂ ଧନର ସତ୍ ବିନିଯୋଗ କରିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍ ରହିବ ଏବଂ ଖର୍ଚ୍ଚକରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଶ୍ରୀ ଚନ୍ଦ୍ର, ବୁଧବାର ଯୋଗୁ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ପରିବାର ସହ କୌଣସି ଶୁଭକର୍ମରେ ଯୋଗ ଦେବେ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀ ରାମ ।
ବିଛା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନରେ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧି ପାଇବ ଏବଂ ଚାଳିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ।
ଧନୁ : ଏକାଦଶ ଚନ୍ଦ୍ର, ତୃତୀୟା ତିଥି ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା, ସହକର୍ମୀଙ୍କ ସହଯୋଗ ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।
ମକର : ଦଶମ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗ ଦେଇପାରନ୍ତି । ମନରେ ପ୍ରସନ୍ନତା, ଚାଳିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।
କୁମ୍ଭ : ଶୁ୍କ୍ଳ ପକ୍ଷର ନବମ ଚନ୍ଦ୍ର, ବୁଧବାର ଓ ତୃତୀୟାତିଥି ଯୋଗୁ ଭାଗ୍ୟ, ଭବିଷ୍ୟ ଓ ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ୍ କରିବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି, କର୍ମରେ ଉନ୍ନତି ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ଉଚ୍ଚ ପଦବୀ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
ମୀନ : ଅଷ୍ଟମ ଚନ୍ଦ୍ର ଓ ଅପରାହ୍ଣ ୪ଟା ୧୭ ମିନିଟ୍ ପରେ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ମନରେ ବ୍ୟସ୍ତତା ଓ ବ୍ୟଗ୍ରତା ବୃଦ୍ଧି ପାଇବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତର ଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।