ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ପୂର୍ବତନ ଏନଏସି ଅଧ୍ୟକ୍ଷଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର

ଜି.ଉଦୟଗିରି,୨୦/୧୧ :  ଜି. ଉଦୟଗିରି ବିଜ୍ଞପିତ ଅଞ୍ଚଳ ପରିଷଦର ପୂର୍ବତନ ଅଧ୍ୟକ୍ଷ ପି.ସଞ୍ଜୀବ ପାତ୍ରଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରିଛି ବିଜେଡି । ଦଳର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଲମ୍ବନ ଆଦେଶ ପ୍ରତ୍ୟାହାର କରି ନେଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ । ସୂଚନାଯୋଗ୍ୟ ଯେ, ସଞ୍ଜୀବ ୨୦୧୩ରୁ ୨୦୧୮ପର୍ଯ୍ୟନ୍ତ ଜି ଉଦୟଗିରି ବିଜ୍ଞପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଥିଲେ। 

ତେବେ ୨୦୨୨ପୌର ନିର୍ବାଚନରେ ସେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବେ ନିର୍ବାଚନ ଲଢି ଓ୍ବାର୍ଡ ମେମ୍ବର ହୋଇଥିଲେ । ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ୨୦୨୨ରେ ଦଳରୁ ନିଲମ୍ବିତ କରାଯାଇଥିଲା । ଶ୍ରୀ ପାତ୍ର ବିଜେଡିର ଜଣେ ଦକ୍ଷ ସଂଗଠକ ହୋଇଥିବା ପରିପ୍ରେକ୍ଷୀରେ ଆଗାମୀ ଏନଏସି ଅଧ୍ୟକ୍ଷା ଉପ-ନିର୍ବାଚନ ଏବଂ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ତାଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର ଦଳର ସଂଗଠନକୁ ଅଧିକ ସୁଦୃଢ କରିବ ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି ।

 

Copyright © 2022 - Summa Real Media Private Limited. All Rights Reserved.