ପ୍ରମୁଖ ଖବର
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ଜେନେରେଟରରେ ପୋଡ଼ି ହୋଇ ମହିଳା ଗୁରୁତର, କଟକ ସ୍ଥାନାନ୍ତର

ଆନନ୍ଦପୁର, ୧୬/୧୧ : ଜେନେରେଟରରେ ପୋଡ଼ି ହୋଇ ମହିଳା ଗୁରୁତର। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ମାରଣହାଣ୍ଡି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମହିଳାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। 

ସୂଚନାନୁଯାୟୀ, ଆନନ୍ଦପୁର ଥାନା ମାରଣହାଣ୍ଡି ଗାଁରେ ବୁଧବାର ଅପେରା ହେଉଥିଲା। ଗାଁର ଯମୁନା ବୁଡିଉଳି ଅପେରା ଦେଖିବାକୁ ଯାଇଥିଲେ। ତାଙ୍କୁ ପରିସ୍ରା ଲାଗିବାରୁ ସେ ଟେଣ୍ଟରୁ ବାହାରିବା ସମୟରେ ଜେନେରେଟର ସଂସ୍ପର୍ଶରେ ଆସିଥିଲେ। ଯମୁନା ଜେନେରେଟରରେ ପୋଡିହୋଇ ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ଆନନ୍ଦପୁର ଡାକ୍ତରଖାନା ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଯମୁନାଙ୍କୁ ଦୁଇ ଗୋଡ ପୋଡିଯାଇଥିବା ସୂଚନା ମିଳିଛି।


  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.