ପ୍ରମୂଖ ଖବର
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପିକଅପ୍ ଭ୍ୟାନ୍‌ ଧକ୍କାରେ ମହିଳାଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଗ୍ରାମବାସୀଙ୍କ ରାସ୍ତାରୋକ

Published By : Harapriya Sethi | April 10, 2025 1:15 PM

ଫୁଲବାଣୀ,୧୦/୦୪: ଘର ସମ୍ମୁଖରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌ । ଦୁର୍ଘଟଣାରେ ଚାଲିଗଲା ମହିଳାଙ୍କ ଜୀବନ । ମୃତକ ଲାହାବାଡିର ବେଣୁଧର ଦିଗାଲଙ୍କ ସ୍ତ୍ରୀ ସତ୍ୟଭାମା ଦିଗାଲ(୩୨) ବୋଲି ଜଣାପଡିଛି । ଫୁଲବାଣୀ ସଦର ଥାନା ଅନ୍ତର୍ଗତ ଲାହାବାଡି ଠାରେ ଏଭଳି ଦୁର୍ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ସତ୍ୟଭାମା ଘର ସମ୍ମୁଖରେ ଠିଆ ହୋଇଥିବା ବେଳେ ଟିକାବାଲି ପଟୁ ଆସୁଥିବା ଏକ ପିକଅପ୍‌ ଭ୍ୟାନ୍(ସିଜି ୦୪ ପିୟୁ ୧୧୮୧) ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ମହିଳାଙ୍କ ମୃତ୍ୟୁ ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି । ସେପଟେ ଉତ୍ୟକ୍ତ ଗ୍ରାମବାସୀ ମହିଳାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି । ଫଳରେ ଫୁଲବାଣୀ-ବ୍ରହ୍ମପୁର ୧୫୭ ନଂ ଜାତୀୟ ରାଜପଥରେ ଯାତାୟତ ବ୍ୟାହତ ହୋଇଛି। ସଦର ପୋଲିସ ପହଞ୍ଚି ଘଟଣାର ଅନୁଧ୍ୟାନ କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.