ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ସନ୍ଧ୍ୟା ୫ଟା ୩୦ ପର୍ଯ୍ୟନ୍ତ ଘଡ଼ଘଡ଼ି ବର୍ଷା, ଟ୍ୱିନ୍ ସିଟି ସହ ୧୪ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କତା

ଭୁବନେଶ୍ୱର, ୨୫/୦୨: ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସହ ଘଡ଼ଘଡ଼ି ନେଇ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି । କଟକ ଓ ଭୁବନେଶ୍ୱର ଟ୍ୱିନ୍ ସିଟି ସହ ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।




ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, କଟକ (କଟକ ସହର), ଖୋର୍ଦ୍ଧା (ଭୁବନେଶ୍ୱର ସହର), ସୁନ୍ଦରଗଡ଼, ସମ୍ବଲପୁର, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାକୁ ସନ୍ଧ୍ୟା ସାଢ଼େ ୫ଟା ପର୍ଯ୍ୟନ୍ତ ସତର୍କତା ଜାରି କରାଯାଇଛି ।

ପାଗକୁ ଦେଖି ଘରୁ ବାହାରକୁ ବାହାରିବା ଲାଗି ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟାରେ ଖୋର୍ଦ୍ଧାର ବାଣପୁରରେ ସର୍ବାଧିକ ୧୦୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଗଞ୍ଜାମର ବେଲଗୁଣ୍ଠାରେ ୯୬ ମିଲିମିଟର ବର୍ଷା ହୋଇଛି । ରାଜ୍ୟର କିଛି ଜିଲ୍ଲାରେ ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।

ଏବେ ନିମ୍ନ ଚାପ ରେଖା ଛତିଶଗଡ଼ରୁ ବାହାରି କର୍ଣ୍ଣାଟକ ପର୍ଯ୍ୟନ୍ତ ଲମ୍ବିଛି । ବାୟୁମଣ୍ଡଳର ଉପର ଭାଗରେ ପଶ୍ଚିମାବାୟୁର ନିମ୍ନ ଚାପ ରେଖା ରହିଛି । ଫଳରେ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ବଙ୍ଗୋପସାଗରରୁ ଓଡ଼ିଶା ମଧ୍ୟକୁ ଆସୁଛି । ତେଣୁ ବର୍ଷା ହେବ, ୨୯ ତାରିଖ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୨୯ ତାରିଖରୁ ତାପମାତ୍ରା ଧିରେ ଧିରେ ବଢ଼ିବା ସହ ପାଗ ବଦଳିବାର ସମ୍ଭାବନା ରହିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.