ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ସନ୍ଧ୍ୟା ୬ଟା ୨୦ ଯାଏ ଘଡ଼ଘଡ଼ି ବର୍ଷା ପାଇଁ ସତର୍କତା

ଭୁବନେଶ୍ୱର, ୦/୧୧: ରାଜ୍ୟର ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସନ୍ଧ୍ୟା ୬ଟା ୨୦ ଯାଏ ଏହି ଚେତାବନୀ ଦିଆଯାଇଛି । ୧୫ ଜିଲ୍ଲାରେ ୩ ଘଣ୍ଟା ଧରି ଘଡ଼ଘଡ଼ି ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।




୩ ଘଣ୍ଟା ଧରି ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, ପୁରୀ, କଟକ, ଖୋର୍ଦ୍ଧା, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲା ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକରେ ଘଡ଼ଘଡ଼ି ବର୍ଷା ହେବ । ଟ୍ୱିନ୍ ସିଟିରେ ଝିପିଝିପି ବର୍ଷା ଆରମ୍ଭ ହୋଇଛି । ପାଗ ଓ ବଜ୍ରପାତକୁ ଦେଖି ବାହାରିବାକୁ ଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।




ପାଣିପାଗ ବିଭାଗର ଆକଳନ ଅନୁସାରେ, ୭ ତାରିଖ ଯାଏ ଉପକୂଳ ଓଡ଼ିଶା ସହ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ହାଲକାରୁ ମଧ୍ୟମଧରଣର ବର୍ଷା ହେବ । ଆଗାମୀ ୩ ଦିନ ମଧ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୩ ଦିନ ପରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏଁ ଖସିପାରେ । ପାରଦ ଖସିବା ଫଳରେ ରାଜ୍ୟରେ ଶୀତ ବଢ଼ିବା ସମ୍ଭାବନା ରହିଛି ।

ପୁଅଙ୍କୁ ଆଗକୁ ଛାଡ଼ିଲେଣି ବିଧାୟକ ରଣେନ୍ଦ୍ର, ବାପାଙ୍କ ବ୍ୟାନର୍‌ ନେଇ ଗାଁ ବୁଲିଲେ ଆଦିତ୍ୟ

Copyright © 2022 - Summa Real Media Private Limited. All Rights Reserved.