ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଅଜଣା ଗାଡି ଧକ୍କାରେ ଯୁବକ ମୃତ, ତଦନ୍ତ ଆରମ୍ଭ

ଭୁବନ, ୦୧/୦୨ : ଅଜଣା ଗାଡି ଧକ୍କାରେ ଯୁବକ ମୃତ। ୫୩ ନଂ ଜାତୀୟ ରାଜପଥ ସୁକିନ୍ଦା ଥାନା ଅନ୍ତର୍ଗତ ପୁବଳ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣଙ୍କ ହେଉଛନ୍ତି ଭୁବନ ଥାନା ଅନ୍ତର୍ଗତ ବାଉଁଶକଣ ଗ୍ରାମର ସଞ୍ଜୟ ପାଣିଗ୍ରାହୀ। 

ସୂଚନାନୁଯାୟୀ, ସଞ୍ଜୟ ଯାଜପୁର ଜିଲ୍ଲା କଳିଙ୍ଗ ନଗରସ୍ଥିତ ଟାଟା ପ୍ଲାଣ୍ଟର ଜଣେ ଅସ୍ଥାୟୀ କର୍ମଚାରୀ ଭାବରେ କାମ କରନ୍ତି । ସେ ପ୍ରତିଦିନ ବଡି ଭୋରରୁ ଏକ ସାଇକେଲ ଯୋଗେ କାମକୁ ଯାଉଥିଲେ। ୫୩ ନଂ ଜାତୀୟ ରାଜପଥ ସୁକିନ୍ଦା ଥାନା ଅନ୍ତର୍ଗତ ପୁବଳ ଛକ ନିକଟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇ ଚାଲିଯାଇଥିଲା । ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ସଞ୍ଜୟଙ୍କୁ ଉଦ୍ଧାର କରି ଭୁବନ ମେଡିକାଲରେ ଭର୍ତ୍ତି କରାଇଥିଲେ । ତେବେ ଡାକ୍ତର ସଞ୍ଜୟଙ୍କୁ ମୃତ ଘୋଷଣା କରିଥିଲେ । ପରେ ପରିବାର ଲୋକେ ଭୁବନ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଭୁବନ ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଚଳାଇଥିବା ଜଣାପଡିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.