ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍କୁଟିକୁ ପିଟିଲା କାର୍, ୨ ଗୁରୁତର
  • ||
  • ମୋହନା: ଘାଟିରେ ଓଲଟିଲା ମିନି ବସ୍, ୨୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଶ୍ୱକପ୍‌ ମହାକୁମ୍ଭକୁ ଆଉ ୩ ଦିନର ଅପେକ୍ଷା: ୧୦ ଦଳ, ୧୦ ଭେନ୍ୟୁ, ୪୮ ମ୍ୟାଚ୍‌ରେ ହେବ ମୁକାବିଲା
  • ||
  • ରାଉରକେଲା: ଝଗଡ଼ା ସମାଧାନ କରିବାକୁ ଯାଇଥିଲେ..ଠେଲାପେଲା ବେଳେ ତଳେ ପଡ଼ି ମହିଳା ଏଏସ୍‌ଆଇ ମୃତ
  • ||
  • ଭୁବନେଶ୍ୱର: ରାଜଧାନୀରେ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା: କିଲର୍‌ ଚାଳକର ପତ୍ତା ପାଉନି ପୁଲିସ, ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ
  • ||
  • ପୁରୀ: ଶ୍ରୀମନ୍ଦିରରେ ପୁଣି ବୁଲିଲା କ୍ୟାମେରା: ଭୋଗ ଆଟିକା ନିକଟରୁ ବନ୍ଧାହେଲା ଅଭିଯୁକ୍ତ, ସ୍ପାଏ ପେନ୍‌ କ୍ୟାମେରା ଜବତ
  • ||
  • ମାଦ୍ରିଦ: ସ୍ପେନ ନାଇଟ୍‌ କ୍ଲବରେ ଭୀଷଣ ଅଗ୍ନିକାଣ୍ଡରେ ଭୁଶୁଡିଲା ଛାତ: ୧୩ ମୃତ, ୪ ଆହତ
  • ||
  • ଭୁବନେଶ୍ୱର: ୟୁନିଟ୍‌-୧ ହାଟରେ ତାଲା, ୩ ଦିନି ସାଢେ ୭ କୋଟି ଘାଟା: ମଙ୍ଗଳବାର ବିଏମ୍‌ସି ସହ ହାଟ କମିଟିର ଆଲୋଚନା
  • ||
  • ଭୁବନେଶ୍ୱର: ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା, ରାଜଧାନୀର ବଡ଼ଗଡ଼ରୁ ଶୁଭାରମ୍ଭ କରିବେ ନବୀନ
  • ||
  • ବିଶ୍ୱ ପାଇଁ ଆଶ୍ୱସ୍ତି: ସଟ୍‌ଡାଉନ୍‌ରୁ ବର୍ତ୍ତିଗଲା ଆମେରିକା, ଶେଷ ମୁହୂର୍ତ୍ତରେ ଫଣ୍ଡିଂ ବିଲ୍‌ ମଞ୍ଜୁର
  • ||
  • ଭୁବନେଶ୍ୱର; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୫ମ ବାର୍ଷିକ ଉତ୍ସବ, ଉତ୍ସବରେ ଉଦଘାଟିତ ହେଲା ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ

କେସିଙ୍ଗା,୧୦/୧୨: କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୫ମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଆଜି ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ. ନୀଳମାଧବ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ବିଶ୍ୱ ବିଦ୍ୟାଳୟର ଭାଇସ ଚାନ୍ସେଲର ପ୍ରଫେସର ସଞ୍ଜୟ କୁମାର ଶତପଥୀ ଯୋଗଦାନ କରି ଆଦର୍ଶ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀମାନଙ୍କ ଆଦର୍ଶ କିପରି ଗଠନ ହୋଇପାରିବ ସେ ଉପରେ ମନ୍ତବ୍ୟ ଦେଇଥିଲେ ।  ମୁଖ୍ୟବକ୍ତା ଭାବେ କେସିଙ୍ଗା ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ସୁଶାନ୍ତ ପାଢ଼ୀ ଏବଂ ସ୍ୱତନ୍ତ୍ର ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ ଚୋପଦାର ମଞ୍ଚାସୀନ ହୋଇ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ଉଜ୍ଜ୍ୱଳ ଜୀବନ ଉପରେ ମତପୋଷଣ କରିଥିଲେ ।

{"id":505629,"sizeSlug":"large","linkDestination":"none"}

ସମ୍ମାନୀତ ଅତିଥି ଭାବେ କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତି ମଞ୍ଚାସୀନ ହୋଇ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ଜୀବନ ଗଠନରେ ମାଆମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତ ଦେଇଥଲେ । ଅନ୍ୟମାନଙ୍କ ମଧ୍ୟରେ କେସିଙ୍ଗା ଏନ୍ଏସି ଅଧ୍ୟକ୍ଷ ନୃପରାଜ ଯାଦବ, ବ୍ଲକ ଶିକ୍ଷା ଅଧିକାରୀ ବବୃବାହାନ ପ୍ରଧାନ ମଞ୍ଚାସୀନ ରହିଥିଲେ । ସଭା ଆରମ୍ଭ ପୂର୍ବରୁ ଅତିଥିମାନଙ୍କ ଦ୍ଵାରା ପ୍ରଥମେ ଦୀପ ପ୍ରଜ୍ୱଳନ କରିବା ପରେ ସଙ୍ଗୀତ ଶିକ୍ଷକ ବିରଞ୍ଚି ନାରାୟଣ ବାହିନୀପତିଙ୍କ ସହଯୋଗିତାରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ ହୋଇଥିଲା । ବିଦ୍ୟାଳୟର ଅଧ୍ୟକ୍ଷ ଡ଼ ପଟ୍ଟନାୟକ ଅତିଥିମାନଙ୍କୁ ସ୍ୱାଗତ ପ୍ରଦାନ କରିବା ସହ ବାର୍ଷିକ ବିବରଣୀ ପଠନ କରିଥିଲେ । ଏହି ଅବସରରେ ବିଦ୍ୟାଳୟର କୃତି ଛାତ୍ରଛାତ୍ରୀ, ଅଭିଭାବକ ତଥା ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ମାନପତ୍ର ସହିତ ଉପଢୌକନ ଦେଇ ପୁରସ୍କାର ପ୍ରଦାନ କରାଯାଇଥିବାବେଳେ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କ ସହ ଭିଏମଡିସି ସଦସ୍ୟ, ଅଭିଭାବକ, ଗଣମାଧ୍ୟମ ପ୍ରତିନିଧି, ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ । ବାର୍ଷିକ ଉତ୍ସବର ସମସ୍ତ କାର୍ଯ୍ୟକ୍ରମକୁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ କର୍ମଚାରୀ ସହଯୋଗ କରିଥିଲେ । ଅଷ୍ଟମ ଶ୍ରେଣୀର ଛାତ୍ରୀ ପ୍ରିୟା ବିଶ୍ଵକର୍ମା ଓ ଦ୍ୱାଦଶ ଶ୍ରେଣୀ ଛାତ୍ର ସନ୍ଦିପ ସ୍ୱାଇଁ ସଭା ସଞ୍ଚାଳନ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦଘାଟିତ ହୋଇଥିଲା ।

Copyright © 2022 - Summa Real Media Private Limited. All Rights Reserved.