ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ଫିରିଙ୍ଗିଆରେ ଅନୁଷ୍ଠିତ ହେଲା ବ୍ଲକ ସ୍ତରୀୟ ମନରେଗା ଜନ ଶୁଣାଣି କାର୍ଯ୍ୟକ୍ରମ

ଫିରିଙ୍ଗିଆ,୨୧/୯ :  କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ମନରେଗା ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I  ବ୍ଲକରେ କାର୍ଯ୍ୟରତ ମନରେଗା ସମ୍ପ୍ରସାରଣ ଅଧିକାରୀ ସୁମନ୍ତ ଉଠାଣ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନଶୁଣାଣି କାର୍ଯ୍ୟକ୍ରମକୁ ପଞ୍ଚାୟତ ସମିତି ଅଧ୍ୟକ୍ଷା ନମିତା କହଁର ମୁଖ୍ୟ ଅତିଥି ଭାବେ  ଯୋଗଦେଇ ଅନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସାମାଜିକ ସମୀକ୍ଷକ ଦୁଃଶାସନ ସିଂ, ସହକାରୀ ଯନ୍ତ୍ରୀ ଜୟପ୍ରକାଶ ଜେନା, ଜନଶୁଣାଣି କମିଟି ସଦସ୍ୟ ମହାଦେବ ସାହୁ ଓ ଅକ୍ଷୟ ନାୟକ ପ୍ରମୁଖ ଉପସ୍ଥିତି ଥିଲେ I ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧୀନରେ କାର୍ଯ୍ୟରତ ବିଭିନ୍ନ ବିଭାଗ ଯଥା ଆଦିବାସୀ ଉନ୍ନୟନ ବିଭାଗ, କୃଷି ବିଭାଗ, ବନ ବିଭାଗ, ଉଠା ଜଳସେଚନ ବିଭାଗ, ମୃତ୍ତିକା ସଂରକ୍ଷଣ ବିଭାଗ ସହ ସମସ୍ତ ବିଭାଗର ସରକାରୀ କର୍ମଚାରୀମାନେ ଉପସ୍ଥିତ ରହି ନିଜ ନିଜ ବିଭାଗ ଅଧୀନରେ ମହାତ୍ମା ଗାନ୍ଧୀ କର୍ମ ନିଯୁକ୍ତି ଯୋଜନାରେ କିଭଳି କାର୍ଯ୍ୟ ହେଉଛି ତା ଉପରେ ବିବରଣୀ ରଖିଥିଲେ I ସେପଟେ ଏହି କାର୍ଯ୍ୟକ୍ରମ ଅବସରରେ ମନରେଗା କାମରେ ଉତ୍ତମ ପ୍ରଦର୍ଶନ କରିଥିବା ଡିଣ୍ଡିରାଗାଁ, କେଳାପଡା, ଡ଼ିମିରିଗୁଡା ଓ ବାନ୍ଧଗଡ଼ ପଞ୍ଚାୟତକୁ ପୁରସ୍କୃତ କରାଯାଇଥିବାବେଳେ ୩ଶହ ଦିନ ପୂରଣ କରିଥିବା ଡିଣ୍ଡିରାଗାଁ ପଞ୍ଚାୟତର ନନ୍ଦ କହଁର ଓ କନିଷ୍ଠ କହଁର, କେଳାପଡା ପଞ୍ଚାୟତର କବିରାଜ କହଁର, ପବିଙ୍ଗିଆ ପଂଚାୟତର ମାଲେରା କହଁରଙ୍କୁ ଏହି କାର୍ଯ୍ୟକ୍ରମ ଅବସରରେ ପଞ୍ଚାୟତ ସମିତି ତରଫରୁ ସମ୍ମାନିତ କରାଯାଇଥିଲା I 

କାର୍ଯ୍ୟକ୍ରମରେ ବ୍ଲକର ସମୁଦାୟ ୨୪ଟି ପଞ୍ଚାୟତରେ ମନରେଗା ଯୋଜନାରେ କ‘ଣ କ’ଣ କାମ ହୋଇଛି ତାର ବାର୍ଷିକ ବିବରଣୀ ପଞ୍ଚାୟତ ଅଧିକାରୀମାନେ ପାଠ କରିଥିଲେ I ସେପଟେ କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତର ଗାଁ ସାଥିମାନଙ୍କ ସହ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ବିବଫଟିମାନଙ୍କ ସହ ସମସ୍ତ ସିଆରପି ଓ ଏମ୍ବିକେମାନେ ଉପସ୍ଥିତ ଥିଲେ I କାର୍ଯ୍ୟକ୍ରମ ଶେଷରେ ଫିରିଙ୍ଗିଆ ବ୍ଲକରେ ହୋଇଥିବା ମନ ରେଗା କାମରେ ସଫଳ ରୂପାୟନ ପାଇଁ ସମସ୍ତ ଉପସ୍ଥିତ ବ୍ୟକ୍ତି ବିଶେଷଙ୍କୁ ଏପିଓ ଧନ୍ୟବାଦ ଦେବା ସହ ସଭା ସାଙ୍ଗ କରିଥିଲେ I

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.