ପ୍ରମୁଖ ଖବର
  • ଧର୍ମଗଡ଼ : ଏସଡିଓଙ୍କ ସନ୍ଦେହଜନକ ମୃତ୍ୟୁ, ସରକାରୀ କ୍ଵାର୍ଟର୍ସରୁ ମିଳିଲା ମୃତଦେହ
  • ||
  • ଭୁବନେଶ୍ଵର : ୧୪ରେ ବିଜେଡି କାର୍ଯ୍ୟକାରିଣୀ ବୈଠକ, ପ୍ରସ୍ତୁତ ହେବ ଆଗାମୀ ରାଜନୈତିକ ଖସଡ଼ା
  • ||
  • ବାଙ୍କୀ : ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କଲେ ଅଗ୍ନିଶମ ବାହିନୀ
  • ||
  • ଅନୁଗୁଳ: ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ୍‌ର ଭିଡିଓ କନ୍‌ଫରେନ୍‌ସିଂରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ନୂଆଦିଲ୍ଲୀ: ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ କଲା ଆଇସିସି, ଆମେରିକା ଓ ୱେଷ୍ଟ ଇଣ୍ଡିଜ ମିଳିତ ଭାବେ କରିବେ ଆୟୋଜନ
  • ||
  • ଭୁବନେଶ୍ୱର: ୧୯ ପ୍ରକଳ୍ପକୁ ସିଙ୍ଗିଲ୍‌ ୱିଣ୍ଡୋ ମଞ୍ଜୁରି କଲେ ରାଜ୍ୟ ସରକାର: ୪୮୦୦ କୋଟି ନିବେଶ, ୧୭୫୫୩ ନିଯୁକ୍ତି ସମ୍ଭାବନା
  • ||
  • ଭୁବନେଶ୍ୱର: ବର୍ଷା ପରେ ବଦଳିଲା ପାଗର ମିଜାଜ: ୩ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବ ରାତିର ପାରଦ,୧୦ରୁ ବଢିବ ଶୀତ
  • ||

ଘର ଭିତରୁ ପୂଜକଙ୍କ ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କୋରାପୁଟ, ୦୮/୧୧ : ଘର ଭିତରୁ ମନ୍ଦିର ପୂଜକଙ୍କ ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର। କୋରାପୁଟ ଟାଉନ୍ ଥାନା ଅଧୀନ ବାଟମଙ୍ଗଳା ଛକ ନିକଟସ୍ଥ ବୁଢ଼ୀ ଠାକୁରାଣୀ ମନ୍ଦିର ପଛପଟେ ଥିବା ପୂଜକଙ୍କ ଘର ଭିତରୁ ମୃତଦେହ ଉଦ୍ଧାର ହୋଇଛି। ଘରର ଆସବାବପତ୍ର ଏଣେତେଣେ ପଡ଼ିଥିବାରୁ ଏହା ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ କୋରାପୁଟ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ ଟିମ୍ ସହାୟତା ନିଆଯିବ ବୋଲି ପୋଲିସ ସୂଚନା ଦେଇଛି। 

ସୂଚନାନୁଯାୟୀ, ବାଟମଙ୍ଗଳା ଛକ ନିକଟସ୍ଥ ବୁଢ଼ୀ ଠାକୁରାଣୀ ମନ୍ଦିର ପୂଜକ ରମେଶ ଚନ୍ଦ୍ର ତ୍ରିପାଠୀଙ୍କ ମୃତଦେହ ତାଙ୍କ ଘରୁ ଉଦ୍ଧାର ହୋଇଛି। ତାଙ୍କର ହାତ ଓ ଗୋଡ଼କୁ ବନ୍ଧା ଯାଇଥିବା ବେଳେ ଅର୍ଦ୍ଧ ଉଲଗ୍ନ ଭାବେ ସେ ପଡ଼ି ରହିଥିଲେ। ଏହାସହ ଘରର ସାମଗ୍ରୀ ଏଣେତେଣେ ଛିନଛତ୍ର ହୋଇ ପଡିରହିଛି। ଏଣୁ ତାଙ୍କୁ କେହି ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ପୁଲିସ ସନ୍ଦେହ କରିଛି। 

ଘଟଣା ସ୍ଥଳରେ ଡିଏସପି ସୁମିତ୍ରା ଜେନା, ଶ୍ରାବଣୀ ନାୟକ ଏବଂ ଟାଉନ୍ ଓ ସଦର ଥାନା ଅଧିକାରୀ ଉପସ୍ଥିତ ରହି ସ୍ଥାନୀୟ ଲୋକଙ୍କୁ ପଚରାଉଚୁରା କରୁଛନ୍ତି। ମୃତ ତ୍ରିପାଠୀଙ୍କ କେହି ସମ୍ପର୍କୀୟ ଏଠାରେ ନଥିବାରୁ ପୁଲିସ ତାଙ୍କ ସମ୍ପର୍କରେ ଅଧିକା ତଥ୍ୟ ସଂଗ୍ରହ କରିପାରୁନି।



  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.