ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ହାଇୱାକୁ ଧକ୍କା ଦେଲା ବସ୍, ଜଣେ ମୃତ ୧୦ରୁ ଅଧିକ ଆହତ

ଚଣ୍ଡିଖୋଲ, ୨୯/୦୫: ମଙ୍ଗଳବାର ବିଳମ୍ବିତ ରାତିରେ ୧୬ନମ୍ବର ଜାତୀୟ ରାଜପଥ ବଡ଼ଚଣା ଥାନା ବନ୍ଦାଳ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବାରିପଦାରୁ ବସ୍‌ଟି କଟକ ଅଭିମୁଖେ ଯାଉଥିବା ସମୟରେ ବନ୍ଦାଳ ନିକଟରେ ଏକ ହାଇୱା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଯାହା ଫଳରେ ବସ୍‌ର ସମ୍ମୁଖ ଭାଗ କ୍ୟାବିନଟି ଭାଙ୍ଗି ଯାଇଛି। ଘଟଣା ସ୍ଥଳରେ ବସ୍‌ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ୧୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଛି। ଗୁରୁତର ଯାତ୍ରୀ ମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। 

ବସ୍‌ରେ ୪୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଥିଲେ। ଡ୍ରାଇଭର ଆଖି ଲାଗି ଯିବାରୁ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ବଡ଼ଚଣା ପୋଲିସ ଓ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିବା ବେଳେ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.