ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଓଡିଶାରେ ପ୍ରତିଷ୍ଠା ହେବ ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟିର କ୍ୟାମ୍ପସ

ଭୁବନେଶ୍ୱର,୨୭/୯ : ଓଡିଶାରେ ‘ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ । ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଲୋକସେବା ଭବନରେ ସାକ୍ଷାତ କରି ଏହା ଉପରେ ଆଲୋଚନା କରିଛନ୍ତି।

ବଢୁଥିବା ସାଇବର କ୍ରାଇମ ପରିପ୍ରେକ୍ଷୀରେ ରାଜ୍ୟରେ ଏହିପରି ଏକ ଅନୁଷ୍ଠାନର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କ୍ୟାମ୍ପସ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ । ଅପରାଧର ତଦନ୍ତ ଓ ଅପରାଧ ରୋକିବା ଦିଗରେ ଦକ୍ଷ ବିଶେଷଜ୍ଞ ସୃଷ୍ଟି କରିବାରେ ମଧ୍ୟ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।   ଏହାଦ୍ବାରା ରାଜ୍ୟର ପୋଲିସ ଅଧିକାରୀ ମାନେ ସାଇବର ସିକ୍ୟୁରିଟି ଉପରେ ପ୍ରଶିକ୍ଷଣ ପାଇବାରେ ସୁବିଧା ହେବା ସହିତ ରାଜ୍ୟରେ ସାଇଣ୍ଟିଫିକ୍‌ ଅଫିସର ମାନଙ୍କ ଆବଶ୍ୟକତା ପୂରଣ ହେବାରେ ସହାୟକ ହେବ। ଏହାକୁ ଏକ ସେଣ୍ଟର ଅଫ ଏକ୍‌ସେଲେନ୍‌ସ ଭାବରେ ବିକଶିତ କରାଯିବ ବୋଲି ସେ କହିଥିଲେ ।

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି ଦିଲ୍ଲୀର ନିର୍ଦ୍ଦେଶିକା ଡ. ପୁରବୀ ଫୋଖରିଆଲ, ଏନ୍‌.ଏଫ.ଏସ୍‌.ୟୁ, ତ୍ରିପୁରାର ନିର୍ଦ୍ଦେଶକ ଡ. ଏଚ୍‌. କେ. ପ୍ରତିହାରୀ ଏବଂ ଅନ୍ୟ ବିଶେଷଜ୍ଞମାନେ ବୈଠକରେ ଆଲୋଚନାରେ ଯୋଗ ଦେଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ, ୱାଇ. ବି. ଖୁରାନିଆ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଅରୁଣ ବୋଥ୍ରା ପ୍ରମୁଖ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.