ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

ତାସ ଖେଳିବା ବେଳେ ଚଢ଼ିଗଲା କାର,୪ ଗୁରୁତର…

Published By : Prameya | May 15, 2025 11:09 PM

ଚାନ୍ଦବାଲି ୧୫/୫: ବିପଦ କେତେବେଳେ ଯେ କାହା ପାଇଁ ଆସିବ, ତାହା କହିବା ମୁସ୍କିଲ୍  l ଏଇ ଯେମିତି ଗାଁ ଦାଣ୍ଡରେ ତାସ ଖେଳୁଥିବା ବେଳେ ଚଢ଼ିଗଲା କାର। ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି l ସେମାନଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି । ଡ୍ରାଇଭରକୁ ଅଟକ ରଖି ଗାଡ଼ିକୁ ଜବତ କରିଛି ପୋଲିସ । ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ବେତଦହଣ ଗାଁରେ।

ଗୁରବାର ସନ୍ଧ୍ୟାରେ ଗାଁ ମୁଣ୍ଡରେ ୪ଜଣ ତାସ ଖେଳୁଥିବା ବେଳେ କିଛି ଲୋକ ଛିଡା ହୋଇ ଦେଖୁଥିଲେ। ହଠାତ ଗାଁ ରାସ୍ତାରେ ଦୃତ ଗତିରେ ଆସୁଥିବା କାରଟି ତାଙ୍କ ଉପରେ ମାଡି ଯାଇଥିଲା । ତାସ ଖେଳୁଥିବା ୪ ଜଣ ଗାଡି ତଳେ ଚାପି ହୋଇ ରହିଥିଲେ । ଗାଁ ଲୋକେ କାରକୁ ଟେକି ସେମାନଙ୍କୁ ଉଦ୍ଧାର କରି ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । କାହାର ଗୋଡ଼ ଭାଙ୍ଗିଛି ତ, କାହାର ହାତ ପୁଣି ଛାତିରେ ଗଭୀର ଆଘାତ ହୋଇଛି । ଆହତ ମାନେ ହେଲେ ସନାତନ ସାହୁ ,ତ୍ରିଲୋଚନ ସାହୁ , ଶ୍ରୀକାନ୍ତ ସାହୁ ,କ୍ଷେତ୍ରବାସୀ ସାହୁ । ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତରିତ କରାଯାଇଛି । ଡ୍ରାଇଭର ନିଶାସକ୍ତ ଅବସ୍ଥାରେ ଏମିତି ଦୁର୍ଘଟଣା ଘଟାଇଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି । ଘଟଣା ସ୍ଥଳରେ ଚାନ୍ଦବାଲି ପୋଲିସ ପହଞ୍ଚି ଗାଡିକୁ ଜବତ କରିବା ସହିତ ଡ୍ରାଇଭରକୁ ଅଟକ ରଖିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.