ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ

Published By : Harapriya Sethi | January 21, 2025 1:45 PM

ପୁରୀ,୨୧/୦୧: ଶ୍ରୀମନ୍ଦିର ଗର୍ଭଗୃହର ଭିଡ଼ିଓ ଭାଇରାଲ୍‌ ହେବା ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ନାଁ ରେ ସିଂହଦ୍ୱାର ଥାନାରେ ରୁଜୁ ହେଲା ମାମଲା । ଶ୍ରୀମନ୍ଦିର ଚାରି ଦ୍ବାରରେ ପୋଷ୍ଟର ମାରିଲା ପୁରୀ ପୋଲିସ । ନିୟମ ଉଲ୍ଲଙ୍ଘନକାରୀଙ୍କୁ ଦଣ୍ଡିତ କରାଯିବା ନେଇ ଉକ୍ତ ପୋଷ୍ଟରରେ ଉଲ୍ଲେଖ କରାଯାଇଛି । ମନ୍ଦିର ପରିସରରେ ମୋବାଇଲ୍‌ ଫୋନ୍‌କୁ ସମ୍ପୂର୍ଣ୍ଣ ଭାବରେ ନିଷେଧ କରାଯାଇଛି । ଏହି ଘଟଣାର ତଦନ୍ତ ପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। 

ତେବେ ସୋମବାର ପୁଣି ଏକ ଡ୍ରୋନ୍‌ ଶ୍ରୀମନ୍ଦିର ଉପରେ ଉଡ଼ୁଥିବାର କିଛି ପୋଲିସ ଦେଖିଥିଲେ । ଉକ୍ତ ଡ୍ରୋନ୍‌କୁ ପୋଲିସ ଜବତ କରିଛି । ଏହି କାରଣରୁ ଶ୍ରୀମନ୍ଦିର ଭିତରକୁ ମୋବାଇଲ୍‌ ଫୋନ୍‌ ନନେବା ପାଇଁ ଏବଂ ମନ୍ଦିର ଉପରେ ଡ୍ରୋନ୍‌ ନ ଉଡ଼ାଇବାକୁ ବ୍ୟାପକ ସଚେତନତା କରାଯିବ । ଏହି ନିୟମକୁ ଉଲ୍ଲଙ୍ଘନ କରିଲେ, ଆଇନ୍‌ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ପୁରୀ ଏସ୍‌ପି ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.