ପ୍ରମୂଖ ଖବର
  • ଜମ୍ମୁ-କାଶ୍ମୀର ପୂର୍ବତନ ରାଜ୍ୟପାଳ ସତ୍ୟପାଳ ମଲିକଙ୍କ ଦେହାନ୍ତ, ଦିଲ୍ଲୀ ଆର୍ଏମ୍ଏଲ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ଯାଜପୁର: ଜବାବ ଦେଇ ଜବାବ ରଖିଲେ ଯାତ୍ରା କଳାକାର; ପାର୍ଟି ମାଲିକଙ୍କୁ ଫେରାଇଲେ ଅଗ୍ରୀମ ଟଙ୍କା
  • ||
  • କାମ କରିନପାରିଲେ ବିଦା ହେବେ ଅପାରଗ : ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ଚିଠି, ୭ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ
  • ||
  • ଦିଲ୍ଲୀ ଯିବେ ମୋହନ-ମନମୋହନ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଆସିପାରେ ବଡ଼ ଖବର
  • ||
  • ନୂଆଦିଲ୍ଲୀ : ୪୦ ଦିନିଆ ପାରୋଲରେ ବାବା ରାମ ରହିମ୍, ଅଗଷ୍ଟ ୧୫ରେ ପାଳିବେ ଜନ୍ମଦିନ
  • ||
  • ଖଲ୍ଲିକୋଟ :ମାଟିଆ ସାହି ଛକ ନିକଟରେ ୨ ଯୁବକଙ୍କ ତଣ୍ଟି କାଟିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମ୍‌କେସିଜିରେ ଭର୍ତ୍ତି
  • ||
  • ବଳପୂର୍ବକ କ୍ଷମତା କବଜା ଅଭିଯୋଗରେ ବ୍ରାଜିଲ୍ ପୂର୍ବତନ ରାଷ୍ଟ୍ରପତି ବୋଲୋସୋନାରୋ ଗୃହବନ୍ଦୀ
  • ||
  • କଟକ: ବିଳମ୍ବିତ ରାତିରେ କଟକ ନୂଆ ବଜାରରେ ଗୁଳିମାଡ଼, ଯୁବକ ଗୁରୁତର
  • ||
  • ୧୩ରେ ଘୂର୍ଣ୍ଣିବଳୟ, ୧୪ରୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଅନୁମାନ: ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ
  • ||

ବିଳମ୍ଵିତ ରାତିରେ ଅଗ୍ନିକାଣ୍ଡ, ହୁତତୁହୁତୁ ହୋଇ ଜଳିଗଲା ୩ ବଖରା ଘର

Published By : Rasmita Pradhan | August 5, 2025 11:57 AM

ଡେରାବିଶ, ୫/୮ : କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ମୁକୁନ୍ଦପୁର ଗାଁର ଗୋପିନାଥ ଦାସଙ୍କ ଘରେ ସୋମବାର ବିଳମ୍ଵିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଗୁହାଳ ଘର ସମେତ ୩ ବଖରା ଘର ଜଳିପୋଡ଼ି ଛାରଖାର ହୋଇଯାଇଛି। ଖବର ପାଇ ଡେରାବିଶ ଓ ନିଶ୍ଚିନ୍ତକୋଇଲିରୁ ୨ଟି ଦମକଳ ଗାଡି ଆସି ନିଆଁକୁ ଆୟତ୍ତ କରିଛି। 

ସୂଚନାନୁଯାୟୀ, ଡେରାବିଶ ବ୍ଲକ ମୁକୁନ୍ଦପୁର ଗାଁର ଗୋପିନାଥ ଦାସଙ୍କ ଘର ଲୋକେ ସୋମବାର ସନ୍ଧ୍ୟାରେ ଗୁହାଳ ଘରେ ମଶା ପାଇଁ ଧୂଆ ଦେଇଥିଲେ। ଏହି ଧୂଆଁରୁ ଗୁହାଳ ଘରେ ନିଆଁ ଲାଗି ଚାରିଆଡ଼େ ବ୍ୟାପି ଯାଇଥିଲା। ଦେଖୁ ଦେଖୁ ଗୋପିନାଥଙ୍କ ଘର ଜଳିପୋଡ଼ି ଭସ୍ମିଭୂତ ହୋଇଯାଇଥିଲା। ନିଆଁର ପ୍ରକୋପ ଏତେ ତୀବ୍ର ଥିଲା ଯେ ଘରୁ କୈଣସି ଜିନିଷ ଉଦ୍ଧାର କରିବା ସମ୍ଭବ ହୋଇନଥିଲା। ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଡେରାବିଶ ଓ ନିଶ୍ଚିନ୍ତକୋଇଲିରୁ ୨ଟି ଦମକଳ ଗାଡି ଆସି ନିଆଁକୁ ଆୟତ୍ତ କରିଥିଲେ।

ଚାନ୍ଦୋଳ ରାଜସ୍ଵ ନିରୀକ୍ଷକ ସ୍ମୃତି ରଞ୍ଜନ ନାୟକ ଘଟଣାସ୍ଥଳକୁ ଯାଇ କ୍ଷୟକ୍ଷତି ଆକଳନ କରି ଫେରିଛନ୍ତି। ବିଜେପି ଚାନ୍ଦୋଳ ମଣ୍ଡଳ ସଭାପତି ତାପସ ରଞ୍ଜନ ନାୟକ ବିପନ୍ନ ପରିବାରଙ୍କ ପାଖରେ ପହଞ୍ଚି ଆଶ୍ଵାସନା ଦେବା ସହ ସରକାରୀ ଯୋଜନାରେ ସାମିଲ କରିବା ପାଇଁ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଗୋପିନାଥ କୃଷି ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରୁଥିବା ବେଳେ ନୂଆ ଘରଟିଏ କରିବା ପାଇଁ ତାଙ୍କ ପାଖରେ ସମ୍ବଳ ନାହିଁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.