ପ୍ରମୂଖ ଖବର
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Rasmita Pradhan | December 19, 2024 9:13 AM

ଭବାନୀପାଟଣା, ୧୯/୧୨ : ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। କଳାହାଣ୍ଡି ଜିଲ୍ଳା ମାଁ ମାଣିକେଶ୍ୱରୀ ବିଶ୍ଵବିଦ୍ୟାଳୟର ଇନ୍ଦ୍ରାବତୀ ଛାତ୍ରୀ ନିବାସରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଜଣଙ୍କ ବାଣିଜ୍ୟ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରୀ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିରୋକୋଟ ଗାଁର ଜଣେ ଯୁବତୀ ମାଣିକେଶ୍ୱରୀ ବିଶ୍ଵବିଦ୍ୟାଳୟରେ ଯୁକ୍ତ ଦୁଇ ବାଣିଜ୍ୟ ପାଠ ପଢୁଥିଲେ। ଗୁରୁବାର ସକାଳୁ ଇନ୍ଦ୍ରାବତୀ ଛାତ୍ରୀ ନିବାସରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଛାତ୍ରୀଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନଥିବା ବେଳେ ଘଟଣା ସ୍ଥଳରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.