ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଗଞ୍ଜାମରେ ସମ୍ ହସ୍ପିଟାଲ୍‌ ଓ ଭରସା ମିଳିତ ଉଦ୍ୟମରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

Published By : Gurupada Nath | November 7, 2024 8:16 PM

ବ୍ରହ୍ମପୁର,୭/୧୧ : ସ୍ଥାନୀୟ ଶୀତଳାପଲ୍ଲୀସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌-୩ ଓ ଅଣ ସରକାରୀ ସଂଗଠନ ‘ଭରସା’ର ମିଳିତ ସହଯୋଗରେ ସୋମବାର ଗଞ୍ଜାମଠାରେ ଏକ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମସ୍ଥିତ ଭାରତୀ ବିଦ୍ୟାପୀଠଠାରେ ଅନୁଷ୍ଠିତ ଏହି ଶିବିରରେ ପ୍ରାୟ ୪୦୦ଲୋକଙ୍କର ସମାଗମ ହୋଇଥିଲା ।

ସ୍ଥାନୀୟ ଲୋକଙ୍କ ନିକଟରେ ସ୍ୱାସ୍ଥ୍ୟସେବା ପହଂଚାଇବା ନିମନ୍ତେ ଆୟୋଜିତ ଏହି ଶିବିରରେ ନ୍ୟୁରୋଲଜି, ମେଡିସିନ୍‌, ଏଣ୍ଡୋକ୍ରିନୋଲଜି, ଅର୍ଥୋପେଡିକ୍ସ, ଗାୟନୋକଲୋଜି, ଡର୍ମାଟୋଲଜି, ପେଡିଆଟ୍ରିକ୍ସ, ସାଇକିଆଟ୍ରି, ଅପ୍‌ଥାଲମୋଲୋଜି ଓ ଡେଂଟିଷ୍ଟ୍ରି ବିଭାଗର ଡାକ୍ତରମାନେ ଉପସ୍ଥିତ ଥିଲେ । ଶିବିରର ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଇ ହସ୍ପିଟାଲର ନିର୍ଦ୍ଦେଶକ ଦେବପ୍ରସାଦ ଦାଶ କହିଥିଲେ ଯେ, ଏହି କାର୍ଯ୍ୟକ୍ରମ ଦ୍ୱାରା ଲୋକମାନଙ୍କ ନିକଟରେ ଉତ୍ତମ ସ୍ୱାସ୍ଥ୍ୟସେବା ପହଂଚାଇ ଦିଆଯାଉଛି । 

ରୋଗୀମାନଙ୍କୁ ଏହି ଶିବିରରେ ଆବଶ୍ୟକୀୟ ଔଷଧ ମଧ୍ୟ ଯୋଗାଇ ଦିଆଯାଇଥିଲା । ଯୋଗ ଦେଇଥିବା ରୋଗୀମାନେ ଏହି କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.