ଛତ୍ରପୁର,୦୧/୦୭: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସଙ୍ଘବନ୍ଧ ଆକ୍ରମଣ। ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୁତ୍ତ। ଏହି ମରଣାନ୍ତକ ଆକ୍ରମଣରେ ଜଣେ ଗୁରୁତର ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁଯାୟୀ, ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଛତ୍ରପୁର ଥାନା ଅନ୍ତର୍ଗତ ଗୋବା ଗ୍ରାମରୁ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତୋଫାନ ସ୍ବାଇଁ ଏବଂ ଅନ୍ୟ ତିନି ଜଣଙ୍କ ଉପରେ କିଛି ଦୁର୍ବୃତ୍ତ ସଂଘବଦ୍ଧ ଆକ୍ରମଣ କରିଥିଲେ । ଅଭିଯୁକ୍ତମାନେ ଖଣ୍ଡା ଏବଂ ଲୁହା ରଡରେ ଆକ୍ରମଣ କରିଥିବା ଜଣାପଡ଼ିଛି । ଏହି ମରଣାନ୍ତକ ଆକ୍ରମଣରେ ତୋଫାନ ସ୍ବାଇଁ ଗୁରୁତର ଭାବେ ଆହତ ହୋଇଥିବା ବେଳେ ଅନ୍ୟ ତିନି ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ପ୍ରଥମେ ଛତ୍ରପୁର ମେଡିକାଲ ଓ ପରେ ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଖବର ପାଇ ଛତ୍ରପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।