ଭୁବନେଶ୍ୱର,୦୭/୦୪: ଦକ୍ଷିଣ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ଘୂର୍ଣ୍ଣିବଳୟ ଦାନା ବାନ୍ଧୁଛି। ଏହା ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ  ୮ରୁ ୧୦ ତାରିଖ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା  ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ  କରିଛନ୍ତି । 




ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ୮  ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଦେବଗଡ଼,  ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ,  ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ  ବର୍ଷା ଓ ଘଡ଼ଘଡ଼ି ହୋଇପାରେ । ୩୦ରୁ ୪୦ କିମି ବେଗରେ  ପବନ ବି ବହିବାର ସମ୍ଭାବନା ଅଛି । ୯ ଓ ୧୦ ତାରିଖରେ  ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ  ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ଅଛି ।