ପ୍ରମୂଖ ଖବର
  • କାଲିମେଳା: ଲଗାଣ ବର୍ଷାରେ ବେହାଲ ଜନଜୀବନ, ପାହାଡ ଧସିବାରୁ ରାସ୍ତା ବନ୍ଦ
  • ||
  • ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶ ଆରମ୍ଭ, ପ୍ରଥମ ଦିନରେ ଅଭିଭାଷଣ ରଖିଲେ ରାଜ୍ୟପାଳ ରଘୁବର ଦାସ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଓଲଟିଲା ​କାଉଡିଆଙ୍କୁ ନେଇ ଯାଉଥିବା ବସ୍, ୫ରୁ ଉର୍ଦ୍ଧ୍ଵ ଆହତ
  • ||

ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା

ପାରାଦୀପ, ୨୯/୦୬ : ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପ୍ରଭାବରେ ସମୁଦ୍ରରେ ଉଚ୍ଚ ଜୁଆର ଉଠିବ। ୪୦ ରୁ ୫୦ କିଲୋମିଟର ବେଗରେ ପବନ ହେବା ସହିତ ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା। ଏଥିପାଇଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ନଯିବା ପାଇଁ ସତର୍କ କରିଛି ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗ। 

ପାରାଦୀପର ନେହେରୁବଙ୍ଗଳା ମାଛଧରା ବନ୍ଦର, ଷଣ୍ଡକୁଦ ବସ୍ତି, ନୂଆବଜାର, ଅଠରବାଙ୍କୀ ବାଲିପ୍ଲଟ ଓ ଚଉମୁହାଣି ଅଞ୍ଚଳରେ ବିଭାଗ ପକ୍ଷରୁ ମାଇକ ଯୋଗେ ପ୍ରଚାର କରିଯାଇଛି। ଯେଉଁମାନେ ସମୁଦ୍ରକୁ ମାଛ ଧରିବାକୁ ଯାଇଛନ୍ତି, ସେମାନଙ୍କୁ ତୁରନ୍ତ ସ୍ଥଳଭାଗକୁ ଫେରି ଆସିବା ପାଇଁ ପରାମର୍ଶ ଦେଇଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ।

ସୂଚନାନୁଯାୟୀ, ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ହୋଇ ଶୁକ୍ରବାର ସକାଳ ସାଢ଼େ ୮ଟାରେ ଲଘୁଚାପରେ ପରିଣତ ହୋଇଛି। ଲଘୁଚାପ ପ୍ରଭାବରେ ଶନିବାର ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ୭ ଜିଲ୍ଲାରେ ମୋଟ ୭୦ରୁ ୧୧୦ମିମି ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ତିନି ଜିଲ୍ଲାରେ ୭୦ରୁ ୨୦୦ ମିମି ଯାଏ ବର୍ଷା ହୋଇପାରେ। ୩୦ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରରେ ଭାରି ବର୍ଷା ହେବ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୩୦ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ  କେନ୍ଦୁଝରରେ ୭୦ରୁ ୧୧୦ ମିମି ଯାଏ ବର୍ଷା ଢାଳିପାରେ । ଜୁଲାଇ ୧ ତାରିଖ ଯାଏ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.