ପ୍ରମୂଖ ଖବର
  • କାଲିମେଳା: ଲଗାଣ ବର୍ଷାରେ ବେହାଲ ଜନଜୀବନ, ପାହାଡ ଧସିବାରୁ ରାସ୍ତା ବନ୍ଦ
  • ||
  • ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶ ଆରମ୍ଭ, ପ୍ରଥମ ଦିନରେ ଅଭିଭାଷଣ ରଖିଲେ ରାଜ୍ୟପାଳ ରଘୁବର ଦାସ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଓଲଟିଲା ​କାଉଡିଆଙ୍କୁ ନେଇ ଯାଉଥିବା ବସ୍, ୫ରୁ ଉର୍ଦ୍ଧ୍ଵ ଆହତ
  • ||

୧୭ରେ ସୃଷ୍ଟି ହେବ ଲଘୁଚାପ, ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୦/୦୭ : ଆସନ୍ତା ୧୪ ତାରିଖରେ ଓଡ଼ିଶା ଉପକୂଳ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୧୭ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏଭଳି ପୂର୍ବାନୁମାନ କରିଛନ୍ତି। 

ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ମଧ୍ୟ ଲଘୁଚାପ ସୃଷ୍ଟିକୁ ନେଇ ଆକଳନ କରିଛନ୍ତି । ୧୬ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ପରେ ଏହା ଲଘୁଚାପ ରୂପ ନେବ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଭାରୀ ବର୍ଷା ହେବ ବୋଲି ସେ କହିଛନ୍ତି । ପ୍ରଫେସର ଡ. ପଶୁପାଳକଙ୍କ ଆକଳନ କହୁଛି, ଆସନ୍ତା ୩ ଦିନ ଯାଏ ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ରେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତିରେ ମଧ୍ୟମ ପରିମାଣର ବର୍ଷା ହେବ । ୧୧ରେ କିଛି ସ୍ଥାନରେ ଭାରୀ ବର୍ଷା ହୋଇପାରେ । ଭୁବନେଶ୍ୱରରେ ୧୪, ୧୫ ଓ ୧୬ରେ ମଧ୍ୟମ ବା ଭାରୀ ବର୍ଷା ସମ୍ଭାବନା ଅଛି । 

ଡ. ଶରତ ସାହୁ କହିଛନ୍ତି, ଏବେ ବାୟୁମଣ୍ଡଳରେ ଅଧିକ ଜଳୀୟବାଷ୍ପ ଅଛି । ୧୨ ତାରିଖ ପରେ ଆରବସାଗରରୁ ପବନ ବହିବ । ବାୟୁର ଚାପ କ୍ରମଶଃ କମିବ । ୧୪ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଲଘୁଚାପ ରୂପ ନେବ । ଏହା ପ୍ରଭାବରେ ୧୬ରୁ ୧୯ ତାରିଖ ଯାଏ ପ୍ରବଳ ବର୍ଷା ହେବ । ପାଣିପାଗ କେନ୍ଦ୍ରର ପୂର୍ବାନୁମାନ କହୁଛି, ଆସନ୍ତା ତିନି ଦିନ ରାଜ୍ୟରେ କାଁ ଭାଁ ବର୍ଷା ହୋଇପାରେ । ୧୦ରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୧ ଓ ୧୨ରେ ପାଗ ପ୍ରାୟତଃ ଶୁଖିଲା ରହିବ । ୧୩ରେ ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ ଭାରୀ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମଙ୍ଗଳବାର ରାୟଗଡ଼ାରେ ୨୬.୪ମିମି ବର୍ଷା ହୋଇଛି । ଭଦ୍ରକରେ ୧୪.୧, ନବରଙ୍ଗପୁରରେ ୧୪, କୋରାପୁଟରେ ୧୧.୨, ପୁରୀରେ ୯.୪ ଓ ଚାନ୍ଦବାଲିରେ ୪.୪ମିମି ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ କୋରାପୁଟରେ ୫୧.୬, ଧର୍ମଗଡ଼ରେ ୪୯, କୋରାପୁଟ ସିମିଳିଗୁଡ଼ାରେ ୪୮, ଗଜପତି ଗୁମାରେ ୪୩, ସମ୍ବଲପୁର ରେଢ଼ାଖୋଲରେ ୪୧, କୋରାପୁଟ ଲମତାପୁଟରେ ୪୦.୨ମିମି ବର୍ଷା ହୋଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.