ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍କୁଟିକୁ ପିଟିଲା କାର୍, ୨ ଗୁରୁତର
  • ||
  • ମୋହନା: ଘାଟିରେ ଓଲଟିଲା ମିନି ବସ୍, ୨୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଶ୍ୱକପ୍‌ ମହାକୁମ୍ଭକୁ ଆଉ ୩ ଦିନର ଅପେକ୍ଷା: ୧୦ ଦଳ, ୧୦ ଭେନ୍ୟୁ, ୪୮ ମ୍ୟାଚ୍‌ରେ ହେବ ମୁକାବିଲା
  • ||
  • ରାଉରକେଲା: ଝଗଡ଼ା ସମାଧାନ କରିବାକୁ ଯାଇଥିଲେ..ଠେଲାପେଲା ବେଳେ ତଳେ ପଡ଼ି ମହିଳା ଏଏସ୍‌ଆଇ ମୃତ
  • ||
  • ଭୁବନେଶ୍ୱର: ରାଜଧାନୀରେ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା: କିଲର୍‌ ଚାଳକର ପତ୍ତା ପାଉନି ପୁଲିସ, ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ
  • ||
  • ପୁରୀ: ଶ୍ରୀମନ୍ଦିରରେ ପୁଣି ବୁଲିଲା କ୍ୟାମେରା: ଭୋଗ ଆଟିକା ନିକଟରୁ ବନ୍ଧାହେଲା ଅଭିଯୁକ୍ତ, ସ୍ପାଏ ପେନ୍‌ କ୍ୟାମେରା ଜବତ
  • ||
  • ମାଦ୍ରିଦ: ସ୍ପେନ ନାଇଟ୍‌ କ୍ଲବରେ ଭୀଷଣ ଅଗ୍ନିକାଣ୍ଡରେ ଭୁଶୁଡିଲା ଛାତ: ୧୩ ମୃତ, ୪ ଆହତ
  • ||
  • ଭୁବନେଶ୍ୱର: ୟୁନିଟ୍‌-୧ ହାଟରେ ତାଲା, ୩ ଦିନି ସାଢେ ୭ କୋଟି ଘାଟା: ମଙ୍ଗଳବାର ବିଏମ୍‌ସି ସହ ହାଟ କମିଟିର ଆଲୋଚନା
  • ||
  • ଭୁବନେଶ୍ୱର: ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା, ରାଜଧାନୀର ବଡ଼ଗଡ଼ରୁ ଶୁଭାରମ୍ଭ କରିବେ ନବୀନ
  • ||
  • ବିଶ୍ୱ ପାଇଁ ଆଶ୍ୱସ୍ତି: ସଟ୍‌ଡାଉନ୍‌ରୁ ବର୍ତ୍ତିଗଲା ଆମେରିକା, ଶେଷ ମୁହୂର୍ତ୍ତରେ ଫଣ୍ଡିଂ ବିଲ୍‌ ମଞ୍ଜୁର
  • ||
  • ଭୁବନେଶ୍ୱର; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ଅଜଣା ଗାଡ଼ି ଧକ୍କାରେ ମାନସିକ ବିକୃତ ମହିଳା ମୃତ

ବାଉଁଶୁଣୀ, ୨୯/୫: ବୌଦ୍ଧ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୭ର ବାଘ ନଦୀ ବ୍ରିଜ୍ ଉପରେ ଏକ ଦୁର୍ଘଟଣା ଘଟିଛି । ମିଳିଥିବା ସୂଚନା ଅନୁଯାୟୀ, ସୋମବାର ସକାଳ ୯ ଟା ସମୟରେ ବାଉଁଶୁଣୀ ବାଘ ନଦୀ ବ୍ରିଜ୍ ଉପରେ ମନମୁଣ୍ଡା ଥାନା ଜମଟାଙ୍ଗି ଅଞ୍ଚଳରେ ବୁଲା ବୁଲି କରୁଥିବା ଜଣେ ବୃଦ୍ଧାଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା । ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ୧୦୮ ଆମ୍ବୁଲାନ୍ସ ଯୋଗେ ବୃଦ୍ଧାଙ୍କୁ ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଥିଲା । ସେଠାରେ ଚିକିତ୍ସିତ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଖବର ପାଇ ଘଟଣାସ୍ଥଳରେ ବାଉଁଶୁଣୀ ଥାନା ଅଧିକାରୀ ଅରୁଣ ସିଂଙ୍କ ସମେତ ଅନ୍ୟ କର୍ମଚାରୀମାନେ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବୌଦ୍ଧ ଡାକ୍ତରଖାନାକୁ ପଠାଇଛନ୍ତି ।  ମାନସିକ ବିକୃତ ମହିଳା ଜଣକ ମନମୁଣ୍ଡା ଥାନା ଅଞ୍ଚଳରେ ବୁଲାବୁଲି କରୁଥିଲେ । ସେ ଆଜି ସୋମବାର ବାଉଁଶୁଣୀ ଅଞ୍ଚଳକୁ ଆସୁଥିବା ବେଳେ ବାଘ ନଦୀ ବ୍ରିଜ୍ ଉପରେ ଏହି ଦୁର୍ଘଟଣାଟି ହୋଇଥିଲା ।

Copyright © 2022 - Summa Real Media Private Limited. All Rights Reserved.