ପ୍ରମୁଖ ଖବର
  • ଭୁବନେଶ୍ଵର : ଲୁମ୍ବିନୀ ବିହାର ମା' ମଙ୍ଗଳା ବସ୍ତିରେ ବିଲ୍ ଗେଟ୍‌ସ, ଲୋକମାନଙ୍କୁ ଭେଟି ବିଭିନ୍ନ ମୌଳିକ ସୁବିଧା ସମ୍ପର୍କରେ ପଚାରି ବୁଝିଲେ
  • ||
  • ଭୁବନେଶ୍ଵର : ଓଡ଼ିଶା ଆସୁଛନ୍ତି ମହାମହିମ, ମା' କିଚକେଶ୍ଵରୀଙ୍କ ଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||

ଟାୟାର ଫାଟି ଓଲଟିଲା ମିନିଟ୍ରକ୍, ୫ ଗୁରୁତର

ରାୟଗଡ଼, ୦୮/୦୨ : ଟାୟାର ଫାଟି ଓଲଟିଲା ମିନିଟ୍ରକ୍। ଗଜପତି ଜିଲ୍ଲା ରାୟଗଡ଼ ଥାନା ଅନ୍ତର୍ଗତ ଲାଞ୍ଜିପଦର ଗ୍ରାମ ନିକଟରେ ଗୁରୁବାର ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୫ ଗୁରୁତର ହୋଇଛନ୍ତି। ଘଟଣା ସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଥିବା ଜଣାପଡିଛି।

ସୂଚନାନୁଯାୟୀ, ଏକ ସିମେଣ୍ଟ ଇଟା ବୋଝେଇ ମିନିଟ୍ରକ୍ ରାୟଗଡ଼ ଆସୁଥିବା ବେଳେ ଲାଞ୍ଜିପଦର ଗ୍ରାମ ନିକଟରେ ଗାଡିର ପଛ ଚକା ଟାୟାର୍ ଫାଟି ଯାଇଥିଲା। ଫଳରେ ଗାଡିରେ ବସିଥିବା ୫ ଶ୍ରମିକ ଗୁରୁତର ହୋଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ଜଣାପଡିଛି। 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.