ପ୍ରମୂଖ ଖବର
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ସାମାନ୍ୟ ବଚସାକୁ ନେଇ ଗୁଳିମାଡ଼, ନାବାଳକ ଆହତ

Published By : Harapriya Sethi | February 12, 2025 10:37 AM

ଭୁବନେଶ୍ୱର,୧୨/୦୨: ସାମାନ୍ୟ ବଚସାକୁ ନେଇ ଗୁଳି ଚଳାଇଲେ ଯୁବକ । ନାବାଳକର ଜଙ୍ଘରେ ବାଜିଲା ଗୁଳି । ଚିକିତ୍ସା ପାଇଁ ଆହତ ନାବାଳକକୁ ପ୍ରଥମେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ କଟକ ସ୍ଥାନାନ୍ତର କଲେ ପରିବାର ଲୋକେ । ଅନୁଗୁଳ ଜିଲ୍ଲା ଇଣ୍ଡଷ୍ଟ୍ରିଆଲ୍‌ ଥାନା (ନିଶା) ଅନ୍ତର୍ଗତ ସାନକେରଜଙ୍ଗ ଗାଁରେ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି । 

ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରେ କୌଣସି କଥାକୁ ନେଇ କିଛି ଯୁବକଙ୍କ ସହ ଗୁଳିମାଡ଼ର ଶିକାର ହୋଇଥିବା ନାବାଳକଙ୍କ ପରିବାରର ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ଜଣେ ଯୁବକ ଗୁଳିମାଡ଼ କରିଥିଲା ।  ଦୁର୍ଭାଗ୍ୟବଶତଃ ଗୋଟିଏ ଗୁଳି ନାବାଳକ ଜଙ୍ଘରେ ବାଜିଥିଲା । ଏହା ଦେଖି ପରିବାର ଲୋକେ ତୁରନ୍ତ ନାବାଳକକୁ ଚିକିତ୍ସା ପାଇଁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ପରେ ନାବାଳକକୁ କଟକ ସ୍ଥାନାନ୍ତରିତ କରାଯାଇଛି । ତେବେ କେଉଁ କାରଣରୁ ଗୁଳି ମାଡ଼ ହୋଇଛି ତାହା ଅସ୍ପଷ୍ଟ ରହିଛି । ଅନ୍ୟପଟେ ଏହି ଘଟଣା ସମ୍ପର୍କରେ ପୋଲିସର ପ୍ରତିକ୍ରିୟା ବି ମିଳିନାହିଁ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.