ପ୍ରମୂଖ ଖବର
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଗାଁ ନିକଟରେ ବୁଲୁଛନ୍ତି ଗୋଠଛଡ଼ା ମା’-ଛୁଆ ହାତୀ, ଭୟଭୀତ ଲୋକେ

Published By : Prameya | March 25, 2025 11:32 AM

ଆଠଗଡ଼ ୨୫/୦୩: ଆଠଗଡ଼ ବନଖଣ୍ଡ ନରସିଂହପୁର ଉଭୟ ପୂର୍ବ ଏବଂ ପଶ୍ଚିମ ବନ ବିଭାଗ ଅଞ୍ଚଳର ଗ୍ରାମ ନିକଟରେ ବୁଲୁଛନ୍ତି ବଣୁଆ ମା’, ଛୁଆ ହାତୀ । ଭୟଭୀତ ଅବସ୍ଥାରେ ରହୁଛନ୍ତି ସ୍ଥାନୀୟ ଅଞ୍ଚଳବାସୀ। ହାତୀକୁ ଘଉଡ଼େଇବା ପାଇଁ ନାକେଦମ ବନ ବିଭାଗ କର୍ମଚାରୀ । 

ସୂଚନା ଅନୁଯାୟୀ, ନରସିଂହପୁର ପୂର୍ବ ବନ ବିଭାଗ ଅଧୀନରେ ଥିବା ପାଞ୍ଚଗୋଛିଆ ରଙ୍ଗଡ଼ାବ ଜଙ୍ଗଲ ନିକଟବର୍ତ୍ତୀ ଅଞ୍ଚଳରେ ନବଜାତ ହାତୀ ଛୁଆ ସହିତ ଦନ୍ତା ଓ ମାଈ ହାତୀ ଚଳପ୍ରଚଳ କରୁଥିଲେ। ଗତ ଜାନୁୟାରୀ ୨୫ ତାରିଖରେ  ଦନ୍ତା ହାତୀଟି ରଙ୍ଗଡ଼ାବ ନିକଟରେ ବିଦ୍ୟୁତ ଆଘାତରେ ମୃତ୍ୟୁ ବରଣ କରିବା ପରେ ଗୋଠ ଛଡା ହୋଇ ଯାଇଥିଲା ମାଈ ହାତୀ । ଏହି ମାଈ ହାତୀଟି ତାର ଦୁଇ ମାସର ଛୁଆକୁ ଧରି ପାଞ୍ଚଗୋଛିଆ ପାତ୍ର ଭାଗ ଗ୍ରାମ ନିକଟରେ ଚଳ ପ୍ରଚଳ କରୁଥିଲା। କିନ୍ତୁ ଖାଦ୍ୟ ନଖାଇ ଦିନକୁ ଦିନ ମା’ ଓ ଛୁଆ ହାତୀ ଅସୁସ୍ଥ ହୋଇ ପଡିଥିଲେ। 

ଏନେଇ  ଖବର ପ୍ରସାରଣ ପରେ ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା। କପିଳାସରୁ ୪ ଜଣିଆ ବିଶେଷଜ୍ଞ ଦଳ ଆସି ଔଷଧ ଇଞ୍ଜେକ୍ସନ ଦେଇ ଚିକିତ୍ସା କରିବା ପରେ ଉଭୟ ମା’, ଛୁଆ ଧୀରେ ଧୀରେ ସୁସ୍ଥ ହୋଇଥିଲେ। ଉଭୟ ମା’, ଛୁଆ ହାତୀ  ପାଞ୍ଚଗୋଛିଆ, ପାତ୍ରଭାଗ, ରଙ୍ଗଡ଼ାବ, ସାଗର ଆଦି  ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମ ନିକଟରେ  ଆମ୍ବ ବଗିଚା, ଚାଷ ଜମି ନିକଟରେ ବୁଲୁଥିବା ଦେଖିବକୁ ମିଳୁଛି। ଫଳରେ ଗାଁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ସେପଟେ ହାତୀର ଗତିବିଧି ଉପରେ ନଜର ରଖିଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.