ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

ଏସସିବିରେ ଅଭାବନୀୟ ଘଟଣା, ମେଡିକାଲ ପରିସରରୁ ନବଜାତ ଶିଶୁକନ୍ୟା ଉଦ୍ଧାର

କଟକ, ୨୯/୦୮ : ଏସସିବିରେ ଅଭାବନୀୟ ଘଟଣା। ମେଡିକାଲ ପରିସରରୁ ନବଜାତ ଶିଶୁକନ୍ୟା ଉଦ୍ଧାର। ହେପାଟୋଲୋଜି ବିଭାଗ ପାର୍ଶ୍ଵ ଝରକା ନିକଟରେ ପଡିଥିଲା ଶିଶୁକନ୍ୟା। ନବଜାତକର ଓଜନ ଦେଢ କେଜି ଥିବା ବେଳେ ଏହା ୭ ମାସର ପ୍ରି ମାଚ୍ୟୁଅର ବେବି ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ଏସସିବି ମେଡିକାଲର ହେପାଟୋଲୋଜି ବିଭାଗ ପାର୍ଶ୍ଵ ଝରକା ନିକଟରେ ଏକ ନବଜାତକ ଶିଶୁକନ୍ୟା ପଡ଼ିଥିଲା। ସ୍ତ୍ରୀ ଓ ପ୍ରସୂତି ବିଭାଗର ରେଣୁକା ପରିଡା ବୋଲି ଜଣେ କର୍ମଚାରୀ ଶିଶୁଟିକୁ ଦେଖିଲା ପରେ ତାକୁ ଉଦ୍ଧାର କରି ସ୍ତ୍ରୀ ଓ ପ୍ରସୂତି ବିଭାଗର SNCUରେ ଭର୍ତ୍ତି କରିଥିଲେ। ତେବେ ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ, ତାଙ୍କର ଜଣେ ପରିବାର ସଦସ୍ୟ ହେପାଟୋଲୋଜି ବିଭାଗରେ ଆଡମିସନ ହୋଇଥିବା ବେଳେ ତାଙ୍କୁ ଦେଖା କରିବା ପାଇଁ ଆସିଥିଲେ। ଏହି ସମୟରେ ବିଭାଗ ଝରକା ପାଖରେ ଏକ ଶିଶୁ ପଡିଥିବା ଦେଖିବାକୁ ପାଇଥିଲେ। ଏହାପରେ ଶିଶୁକନ୍ୟାକୁ ସଙ୍ଗେସଙ୍ଗେ ଉଦ୍ଧାର କରି ଏକ ଆମ୍ବୁଲାନ୍ସ ଜରିଆରେ ସ୍ତ୍ରୀ ଓ ପ୍ରସୂତି ବିଭାଗକୁ ସ୍ଥାନାନ୍ତରିତ କରିଥିଲେ । ତେବେ ଶିଶୁର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଥିବା ନେଇ ମେଡିକାଲ ପକ୍ଷରୁ ସୂଚନା ମିଳିଛି। ନବଜାତକର ଓଜନ ଦେଢ କେଜି ଥିବା ବେଳେ ଏହା ୭ ମାସର ପ୍ରି ମାଚ୍ୟୁଅର ବେବି ବୋଲି ଜଣାପଡ଼ିଛି। ତେବେ ମେଡିକାଲରେ ପରିସରରେ ଶିଶୁକନ୍ୟାକୁ କିଏ ଏବଂ କାହିଁକି ଫିଙ୍ଗିଲା ତାହା ଜଣାପଡ଼ି ନାହିଁ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.