ପ୍ରମୂଖ ଖବର
  • ସାଲେପୁର : ବିଦ୍ୟାଳୟରେ ପାଠ ପଢାଇଲେ ଜିଲ୍ଲାପାଳ, ବୁଲି ଦେଖିଲେ ବିଜ୍ଞାନ ଲାବୋରେଟୋରୀ
  • ||
  • ଛତ୍ରପୁର : କାରାଗାରରେ ବିଚରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଆଠଗଡ : ଗଣେଶ ଭସାଣରେ ଛୁରା ମାଡ; ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ଵର : ବଡ଼ବଡ଼ିଆଙ୍କ କବଜାରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁ, ସାଧାରଣ ଏବଂ ଗରିବ ରୋଗୀଙ୍କ ପାଇଁ କବାଟ ବନ୍ଦ
  • ||
  • ଭଞ୍ଜନଗର : ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କୋଣାର୍କ : ମାନସିକ ବିକୃତ ଥିବା ବୃଦ୍ଧଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରିରେ ସୁଧୁରୁଛି ବନ୍ୟାସ୍ଥିତି, ସମୀକ୍ଷା କଲେ ଦୁଇ ବରିଷ୍ଠ ଅଧିକାରୀ
  • ||

ଏହି ରାଶିର ବ୍ୟକ୍ତିଙ୍କ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ

ମେଷ : ଦ୍ୱାଦଶ ଚନ୍ଦ୍ର ଓ କୃଷ୍ଣପକ୍ଷର ଯୋଗୁ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ଦୁର୍ଭାବନା ଅପସରିଯିବ ଏବଂ ମନରେ ପ୍ରସନ୍ନତା, ସମସ୍ତ କର୍ମରେ ତତ୍ପରତା, ସ୍ୱଚ୍ଛତା ଓ ସମୟାନବୁର୍ତ୍ତିତା ଆପଣାଇବେ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବିଘ୍ନ ଦୂର ହେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ: ଧଳା ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ବୃଷ : ଏକାଦଶ ଚନ୍ଦ୍ର, ଶୁକ୍ରବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ମୂଳ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ କିମ୍ବା ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା ଓ ଗହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା : ୨  ଆରାଧନା : ମା’ କମଳା ।

ମିଥୁନ : ଦଶମ ଚନ୍ଦ୍ର, ଶୁକ୍ରବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, କର୍ମରେ ତତ୍ପରତା, ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ନୂତନ ଭୂମିପୂଜା, ଗୃହାରମ୍ଭ ଆଦି ଶୁଭକର୍ମ କରିପାରନ୍ତି କିମ୍ବା ନୂତନ କର୍ମାରମ୍ଭ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ସବୁଜ, ସଂଖ୍ୟା : ୧୨, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

କର୍କଟ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୁନର୍ବସୁ ଓ ରେବତୀ ମୀନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଲାଲ, ସଂଖ୍ୟା: ୧, ଆରାଧନା : ଭଗବାନ ଶିବ ।

ସିଂହ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍‌ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା: ମା’ ମାତଙ୍ଗୀ ।

କନ୍ୟା: ସପ୍ତମ ଚନ୍ଦ୍ର, ଶୁକ୍ରବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସକହର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଷଷ୍ଠ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସମ।।ଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୦୮, ଆରାଧନା : ମା’ ଗାୟତ୍ରୀ ।

ବିଛା :  ଘାତଚନ୍ଦ୍ର, ଘାତ ନକ୍ଷତ୍ର ଏବଂ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ସନ୍ତାନମାନେ ବିଶୃଙ୍ଖଳିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ଧନୁ :  ଘାତବାର, ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନ, ପରିଜନଙ୍କ ସହ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଆର୍ଥିକ କ୍ଷତି, ଆର୍ଥିକ ଠକାମିର ଶିକାର ହୋଇପାରନ୍ତି ଏବଂ ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେଇପାରେ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ତୃତୀୟ ଚନ୍ଦ୍ର ଯୋଗୁ ନୂତନ ଭୂମିପୂଜା, ଗୃହାରମ୍ଭ, ନୂତନ କର୍ମାରମ୍ଭ ବିପଣ୍ୟାରମ୍ଭ ଏବଂ ଗୃହ ପ୍ରତିଷ୍ଠାଦି ଶୁଭକର୍ମର ଆୟୋଜନ କରିପାରନ୍ତି । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା :  ମା’ ଦୁର୍ଗା ।

କୁମ୍ଭ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର, ଘାତତିଥି ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ:  ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ : ଶ୍ରୀଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ମାନ, ସମ୍ମାନ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ଆଶାତୀତ ସଫଳତା ମିଳିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ ।   ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.