ପ୍ରମୂଖ ଖବର
  • ଭୁବନେଶ୍ୱର : ଗଣେଶ ପୂଜା ମଣ୍ଡପରେ ବୁଲିଲା ଖଣ୍ଡା, ଅଭିଯୁକ୍ତ ଗିରଫ
  • ||
  • ଲମତାପୁଟ : ପାଣି ପଶି ବନ୍ଦ ହୋଇଥିଲା ବିଦ୍ୟୁତ ଉତ୍ପାଦନ, ପାଞ୍ଚ ଦିନ ପରେ ଆରମ୍ଭ ହେଲା ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପ
  • ||
  • ଭୁବନେଶ୍ଵର : 'ମୋ ସ୍କୁଲ୍‌ ଅଭିଯାନ' ଏବେ ‘ପଞ୍ଚଶଖା ଶିକ୍ଷା ସେତୁ’, ନାଁ ବଦଳାଇଲେ ସରକାର
  • ||
  • ପାରାଦ୍ଵୀପ : ସଭାଗୃହରେ ଠେଲାପେଲା, ଘଟଣାକୁ ନେଇ କୁଜଙ୍ଗ ଥାନାରେ ୩ ଏତଲା
  • ||
  • ପାଟଣା : ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କାଠଯୋଡ଼ି ନଦୀରେ ଭାସିଗଲେ ବୃଦ୍ଧ, ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେସନ ଜାରି
  • ||
  • ପୁରୁଷ ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫି: ଆଜି ଭାରତ-ପାକିସ୍ତାନ ଲଢ଼େଇ
  • ||
  • ସୁବର୍ଣ୍ଣପୁର : ନାଳରେ ଭାସୁଛି ମଲା କୁକୁଡ଼ା, କିଏ ପକାଇଲା ତାକୁ ନେଇ ଚର୍ଚ୍ଚା
  • ||
  • ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||
  • କରଞ୍ଜିଆ : ଜେଲ୍ ମାନୁଆଲକୁ ଉଲଙ୍ଘନ କରିବା ପଡ଼ିଲା ମହଙ୍ଗା, ଜେଲ୍ ୱାର୍ଡର ସ୍ୱାଗତ ରଥ ସସ୍‌ପେଣ୍ଡ
  • ||
  • ପ୍ରଥମ ମଙ୍କିପକ୍ସ ଟିକାକୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରି, ୪ ସପ୍ତାହ ବ୍ୟବଧାନରେ ୨ଟି ଡୋଜ୍‌ ନେବେ ୧୮ ବର୍ଷରୁ ଊଦ୍ଧ୍ୱର୍
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: କଂସକୁ ମାରିଲେ ଶ୍ରୀକୃଷ୍ଣ, ରାଜା ହେଲେ ଉଗ୍ରସେନ
  • ||
  • ଭଞ୍ଜନଗର : ଗଣେଶ ଭସାଣି ବେଳେ ଗଣ୍ଡଗୋଳ, ଦୁଇ ଗୋଷ୍ଠୀ ମଧ୍ୟରେ ଟେକାପଥର ମାଡ଼
  • ||
  • ଏ ବର୍ଷ ହାଡ଼ଭଙ୍ଗା ଶୀତ, ଡିସେମ୍ବର-ଜାନୁଆରୀରେ ଥଣ୍ଡା ପ୍ରକୋପ ଅଧିକ: IMD
  • ||
  • ବଙ୍ଗୋପସାଗରରେ ଅବପାତର ରୂପ ନେବ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା, ମୟୂରଭଞ୍ଜକୁ ରେଡ୍ ଆଲର୍ଟ
  • ||

ଏହି ରାଶିର ବ୍ୟକ୍ତିଙ୍କ ଉପରେ ଧନ, ସମ୍ପଦ, ବୃଦ୍ଧି ପାଇବ ଏବଂ ଲକ୍ଷ୍ମୀଙ୍କର କୃପା ରହିବ

ମେଷ : ସକାଳ ୫ଟା ୪୧ ମିନିଟ୍‌ ପରେ ଚତୁର୍ଥ ଚନ୍ଦ୍ର ବୃହସ୍ପତିଙ୍କ ନକ୍ଷତ୍ର ଯୋଗୁ ମୂଲ୍ୟବାନ ଧାତୁ, ବସନ ଭୂଷଣ, ଘରୋଇ ଉପକରଣ, ଯାନ ବାହନ ଓ ଭୂମିକ୍ରୟ କରିବେ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତ ଧନ ଫେରି ପାଇବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସୁ ସମ୍ପର୍କ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ:ଲାଲ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ବୃଷ : ତୃତୀୟ ଚନ୍ଦ୍ର, ଘାତବାର ଏବଂ ଦିବା ୧୧ଟା ୫୯ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତ ବାରର ପ୍ରଭାବ ରହିବ ନାହିଁ । ସ୍ୱଜନ, ପରିଜନ, ବନ୍ଧୁ ବାନ୍ଧବ, ସହକର୍ମୀ, ସହଯୋଗୀ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ନିବିଡ଼ ହେବ ଏବଂ ଭାଇ ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ରହିବ । ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତି ମିଳି ପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ ।ଯେଉଁମାନଙ୍କର କୃତ୍ତିକା ବୃଷ ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା : ୨, ଆରାଧନା : ମା’ କମଳା ।

ମିଥୁନ : କୃଷ୍ଣ ପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା, କର୍ମପ୍ରତି ଅନାଗ୍ରହ ଓ ସମସ୍ତକର୍ମରେ ସମୟାନୁ ବର୍ତ୍ତିତାର ଅଭାବ ରହିବ । ଯେଉଁମାନଙ୍କର ଆର୍ଦ୍ରାମିଥୁନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ:   ମେରୁନ୍‌, ସଂଖ୍ୟା : ୪, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ : ଶ୍ରୀଚନ୍ଦ୍ର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ବୃଦ୍ଧି ପାଇବ ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମ ତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ ।ଯେଉଁମାନଙ୍କର ଅଶ୍ଳେଷା କର୍କଟ ସେମାନେ ସୁଫଳ ପାଇବେ ।   

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା : ଭଗବାନ ଶିବ ।

ସିଂହ : ଘାତବାର, ଦ୍ୱାଦଶଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ । ଅପବ୍ୟୟ, ଅପବାଦ ଓ ଅପଯଶରୁ ମୁକ୍ତ ହେବେ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ଲୋପପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବହୁତ କମ୍‌ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ ।ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ସୁଫଳପାଇବେ । 

ଶୁଭ ରଙ୍ଗ: ଗୋଲାପି, ସଂଖ୍ୟା: ୩, ଆରାଧନା: ପ୍ରଭୁଗଜାନନ ।

କନ୍ୟା : ଘାତବାର ଏବଂ ଏକାଦଶଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍‌ ରହିବ । ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । କର୍ମରେ ସଫଳତା ଓ ସମ୍ମାନ ଅତୁଟ ରହିବ । ଯେଉଁମାନଙ୍କର ଉତ୍ତରା ଫାଲ୍‌ଗୁନୀ କନ୍ୟା ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଦଶମଚନ୍ଦ୍ର, ଶନିବାର ଏବଂ ଦିବା ୧୧ଟା ୩୯ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ଆଜି ଯେ କୌଣସି କର୍ମ ଆରମ୍ଭ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁ ଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ବିଶାଖାତୁଳା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା :   କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଓ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା ଓ ପରିବାରରେ ମନୋମାଳିନ୍ୟ ଏବଂ ଅପମାନ, ଅପଯଶ ଓ ଅପନିନ୍ଦାମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା, ସହକର୍ମୀଙ୍କ ସହ ମତାନ୍ତର ଏବଂ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା ସେମାନେ ସତର୍କ ହେବେ ।    

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା :  ପ୍ରଭୁହନୁମାନ ।

ଧନୁ: ଅଷ୍ଟମଚନ୍ଦ୍ର, ଶନିବାର, ଚତୁର୍ଦ୍ଦଶୀ ତିଥି ଏବଂ ଦିବା ୧୧ଟା ୫୯ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚ ସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍ଟ୍ରିକ୍‌ ଦୁର୍ବ୍ୟବହାରଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୦୫, ଆରାଧନା : ମା’ ତାରା ।

ମକର : ସପ୍ତମଚନ୍ଦ୍ର, ଶନିବାର ଦିବା ୧୧ଟା ୫୯ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ ପ୍ରୟୋଗ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା, ଚାଲିଚଳନରେ ସଂଯମତା ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠାମକର ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା :  ମା’ ଭୈରବୀ ।

କୁମ୍ଭ : ଷଷ୍ଠଚନ୍ଦ୍ର, ଶନିବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଏବଂ ସମୟାନୁ ବର୍ତ୍ତିତା ପ୍ରକାଶ ପାଇବ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକଭାବେ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ :   ଇନ୍ଦ୍ରନୀଳ, ସଂଖ୍ୟା : ୦୬, ଆରାଧନା : ମା’ ବିମଳା ।

ମୀନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଶନିବାର, ଚତୁର୍ଦ୍ଦଶୀ ତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ବିପଦରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ଉତ୍ତର ଭାଦ୍ରମୀନ ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୦୭, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ 

ଯୋଗାଯୋଗ : ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.