ମେଷ : ତୃତୀୟ ଚନ୍ଦ୍ର ଦିବା ୧୦ଟା ୫୯ ମିନିଟ୍ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ରହିବ ଏବଂ ସମସ୍ତ କର୍ମରେ ତାଙ୍କର ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ବୃଷ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି କିମ୍ବା ଆର୍ଥିକ ଠକାମିର ଶିକାର ହୋଇପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ସମୟାନୁବର୍ତ୍ତିତାର ଅଭାବ ରହିବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: କଫି, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ଶ୍ରୀଚନ୍ଦ୍ର, ଶୁକ୍ରବାର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ଦେହ ମନ ସୁସ୍ଥ ରହିବ । ନୂତନ ଭୂମିପୂଜା, ଗୃହାରମ୍ଭ ଓ ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା କୌଣସି ଶୁଭକର୍ମରେ ପରିବାର ସହ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ସବୁଜ, ସଂଖ୍ୟା : ୧୨, ଆରାଧନା: ମା’ ଷୋଡ଼ଶୀ ।
କର୍କଟ : ଦ୍ୱାଦଶ ଚନ୍ଦ୍ର, ଦିବା ୧୦ଟା ୫୯ ମିନିଟ୍ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବହୁତ କମ୍ ରହିବ ଏବଂ ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ଆଗ୍ରହ ପ୍ରକାଶ ପାଇବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ଲାଲ୍, ସଂଖ୍ୟା: ୩, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ଏକାଦଶ ଚନ୍ଦ୍ର, ଦିବା ୧୦ଟା ୫୯ ମିନିଟ୍ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଫେରିପାଇବେ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ୍ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ଧଳା, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଘାତଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ କୁଭାବନା, କୁଚିନ୍ତା ପ୍ରକାଶ ପାଇବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କତା ଅବଲମ୍ବନ କରିବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୬, ଆରାଧନା : ମା’ ସମଲେଶ୍ୱରୀ ।
ବିଛା : ଘାତବାର, ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ବହୁତ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କତା ଅବଲମ୍ବନ କରିବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ: ସପ୍ତମ ଚନ୍ଦ୍ର, ଘାତବାର ଓ ଦିବା ୧୦ଟା ୫୯ ମିନିଟ୍ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ସହଧର୍ମିଣୀଙ୍କ ସହଯୋଗ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୦୨, ଆରାଧନା : ମା’ ମାଣିକେଶ୍ୱରୀ ।
ମକର : ଷଷ୍ଠ ଚନ୍ଦ୍ର, ଶୁକ୍ରବାର ଯୋଗୁ ରୋଗ, ଋଣ ଓ ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଦୁଃଖ, କ୍ଳେଶ, ଶୋକ ଏବଂ ଅବସାଦ ମୁକ୍ତ ହେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପରୋପକାର, ସମାଜସେବା ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ମିଳିବ । କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୦୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଏବଂ ଦିବା ୧୦ଟା ୫୯ ମିନିଟ୍ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତି ହ୍ରାସ ପାଇବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା, ସମ୍ମାନ ହାନି ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୦୩, ଆରାଧନା :ମା’ କାଳୀ ।
ମୀନ : ଘାତବାର ଓ ଚତୁର୍ଥ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ହେବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଓ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ମିଳିପାରେ । ଯେଉଁମାନଙ୍କର ଉତ୍ତରାଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୦୯, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ,
ଯୋଗାଯୋଗ : ୯୪୩୭୧୩୩୪୭୩