ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଏହି ରାଶିର ବ୍ୟକ୍ତି ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ

ମେଷ : ଏକାଦଶ ଚନ୍ଦ୍ର, ଗୁରୁବାର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ବକେୟା ଧନ ପ୍ରାପ୍ତି ହେବ । ନୂତନ ଭୂମିପୂଜା, ଗୃହାରମ୍ଭ ଏବଂ ଗୃହପ୍ରତିଷ୍ଠାଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ନୂତନ ବ୍ୟବସାୟ ଆରମ୍ଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଦଶମ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ଭୂମିପୂଜା, ଗୃହାରମ୍ଭ ଏବଂ ନୂତନ ଗୃହ ପ୍ରତିଷ୍ଠା କରିପାରନ୍ତି । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନାରେ ସଂଯମତା ଏବଂ କଥାବାର୍ତ୍ତା, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବେ । ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଭାଗ୍ୟ ଅପେକ୍ଷା କର୍ମ ପ୍ରତି ଅଧକ ଧ୍ୟାନ ଓ ଗୁରୁତ୍ୱ ଦେବେ । ଆଜି ଯେକୌଣସି କର୍ମ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା : ୦୪, ଆରାଧନା : ମା’ କମଳା ।

ମିଥୁନ : ଘାତଚନ୍ଦ୍ର ଏବଂ ଦିବା ୧୧ଟା ୪୪ ମିନିଟ୍‌ ପରେ ଘାତତିଥି ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ଦୋହଲିଯିବ । କର୍ମରେ ବିଫଳତା, କର୍ମ ପ୍ରତି ଅନାଗ୍ରହ ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଅଷ୍ଟମ ଚନ୍ଦ୍ର, ଦିବା ୧୧ଟା ୪୪ ମିନିଟ୍‌ ପରେ ସପ୍ତମୀ ତିଥି ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସଙ୍କଟ ଉପୁଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୦୧ ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ସପ୍ତମ ଚନ୍ଦ୍ର ଦିବା ୧୧.୪୪ ମିନିଟ୍‌ ପର୍ଯ୍ୟନ୍ତ ସପ୍ତମୀ ତିଥି ଯୋଗୁ ସନ୍ତାନସନ୍ତତି, ଭ୍ରାତୃଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିପାରନ୍ତି । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କ ସହ ବନ୍ଧୁତା ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା, ସମ୍ମାନ ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୦୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଷଷ୍ଠ ଚନ୍ଦ୍ର, ସକାଳ ୭ଟା ୩୧ ମିନିଟ୍‌ ପରେ ରାହୁଙ୍କ ନକ୍ଷତ୍ର ଯୋଗୁ ରୋଗ, ଋଣ, ଦୁଃଖ, କ୍ଳେଶ, ଶୋକ ଏବଂ ଅବସାଦରୁ ମୁକ୍ତ ହେବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତଙ୍କ ସହ ମିତ୍ରତା ଭାବ ପ୍ରତିଷ୍ଠା ହେବ । ପରୋପକାର, ସମାଜସେବା ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ ।

 ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୦୬, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା: ଘାତବାର, ଘାତ ନକ୍ଷତ୍ର ଏବଂ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା, ଚାଲିଚଳନ ଓ କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା: ୦୨, ଆରାଧନା: ପ୍ରଭୁ ଶ୍ରୀରାମ ।

ବିଛା : ଚତୁର୍ଥ ଚନ୍ଦ୍ର, ଗୁରୁବାର, ସପ୍ତମୀ ତିଥି ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ପୁରାତନ ବିବାଦ, ଜମିଜମା ବିବାଦ ଓ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୦୩, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ତୃତୀୟ ଚନ୍ଦ୍ର, ଗୁରୁବାର ଓ ସପ୍ତମୀ ତିଥି ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ  ସହ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସହ ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୦୫, ଆରାଧନା : ପ୍ରଭୁ ହନୁମାନ ।

ମକର : କୃଷ୍ଣପକ୍ଷର ଦ୍ୱିିତୀୟ ଚନ୍ଦ୍ର ଯୋଗୁ ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମା ଚାଲିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଦ୍ୱିଗୁଣ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା, ବାଧାବିଘ୍ନ ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଘାତବାର ଏବଂ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍‌ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ଆମୋଦପ୍ରମୋଦ ଓ ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଦୁର୍ବଳତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସଫଳତା, ସମ୍ମାନ, ସହକର୍ମୀଙ୍କ ସହଯୋଗ, ପଦସ୍ଥ ଅଧିକାରୀଙ୍କ କୃପା ଆଶାଠାରୁ ଅଧିକ ରହିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୦୩, ଆରାଧନା :  ମା’ ଚଣ୍ଡୀ ।

ମୀନ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।  

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୦୩, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.