ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ଏହି ରାଶିର ବ୍ୟକ୍ତି ମୂଲ୍ୟବାନ ଧାତୁ କ୍ରୟ କରିବେ

ମେଷ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ । ପରିବାରରେ ମନୋମାଳିନ୍ୟ ଏବଂ କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା କମ୍‌ ମିଳିବ । ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।   

ବୃଷ : ସପ୍ତମ ଚନ୍ଦ୍ର, ଶୁକ୍ରବାର ଏବଂ ବୃଷଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ ଏବଂ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା, ସମସ୍ତଙ୍କ ସହ ମିତ୍ରତା ଏବଂ ପରିଚିତ ମହିଳାଙ୍କଠାରୁ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ  ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ:  ଧଳା, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

ମିଥୁନ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ ଓ ଶତ୍ରୁ ଏଥିରୁ ସାମୟିକ ମୁକ୍ତି ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଏବଂ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।   

ଶୁଭ ରଙ୍ଗ:  ମେରୁନ୍‌, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତିର ବିକାଶ ଘଟିବ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଓ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଧନ ସମ୍ପଦ ବୃଦ୍ଧି ପାଇବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ମଘା ସିଂହ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୬, ଆରାଧନା: ପ୍ରଭୁ ଗଜାନନ ।

କନ୍ୟା : ତୃତୀୟ ଚନ୍ଦ୍ର, ଶୁକ୍ରବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହ ସମ୍ପର୍କ ନିବିଡ଼ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା : ଶୁକ୍ରବାର, ବୁଧଙ୍କ ନକ୍ଷତ୍ର ଏବଂ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବିଶେଷ ଅଶୁଭ ଫଳ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ପରିଶ୍ରମ ଅଧିକ ଓ ସଫଳତା କମ୍‌ ମିଳିବ । ମନ ଅସ୍ଥିର ରହିବ ଏବଂ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ ।

ବିଛା : ଘାତବାର ଏବଂ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ମାନ, ସମ୍ମାନ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସଫଳତା ଆଶାଠାରୁ ଅଧିକ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ଘାତବାର ଏବଂ ଦ୍ୱାଦଶ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ ରହିବ । ମନରେ ଅସ୍ଥିରତା, କଞ୍ଜୁସି ଭାବ ପ୍ରକାଶ ପାଇବ ଏବଂ ସମସ୍ତଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ଉପକୃତ ହେବେ ।   

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : ଏକାଦଶ ଚନ୍ଦ୍ର, ଶୁକ୍ରବାର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।  

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଦଶମ ଚନ୍ଦ୍ର, ଶୁକ୍ରବାର ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆଜି ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା :  ମା’ କାଳୀ ।

ମୀନ : କୃଷ୍ଣପକ୍ଷର ନବମ ଚନ୍ଦ୍ର, ଘାତବାର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ହେବ । ଧାର୍ମିକ କର୍ମରେ ବିଘ୍ନ ଏବଂ ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.