ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଏହି ରାଶିର ବ୍ୟକ୍ତି କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ

ମେଷ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇ, ଭଉଣୀଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୦୩, ଆରାଧନା : ମା’ ବଗଳାମୁଖୀ ।

ବୃଷ : ଦ୍ୱିତୀୟଚନ୍ଦ୍ର, ଦ୍ୱିତୀୟାତିଥି ଏବଂ ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ । ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର ନୂତନ ମାର୍ଗ ଖୋଲିବ । କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗ ଶିରା ବୃଷ ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା : ୦୨, ଆରାଧନା : ମା’ କମଳା ।

ମିଥୁନ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଦୁଃଖ, କ୍ଳେଶ, ରୋଗ, ଶୋକ ଓ ଅବସାଦରୁ ମୁକ୍ତ ହେବେ । ମନରେ ପ୍ରସନ୍ନତା, ପରିବାରରର ସୁଖ ଶାନ୍ତି ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ମୃଗ ଶିରା ଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ : ଦ୍ୱାଦଶଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷାବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ  ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ: ହଳଦିଆ, ସଂଖ୍ୟା: ୦୨, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଏକାଦଶଚନ୍ଦ୍ର ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ । ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ଏବଂ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ ।କର୍ମରେ ସଫଳତା, ସମ୍ମାନ ଶିଖର ଛୁଇଁବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୦୬, ଆରାଧନା: ପ୍ରଭୁଶ୍ରୀଜଗନ୍ନାଥ ।

କନ୍ୟା : ଘାତବାର, ଘାତଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଅନ୍ୟ ସହିତ କଥାବାର୍ତ୍ତା ଏବଂ ଯେ କୌଣସି କର୍ମ କରିବା ପୂର୍ବରୁ ଭଲ ଭାବରେ ଚିନ୍ତା କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧା ବିଘ୍ନ ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୦୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଶୁକ୍ଳପକ୍ଷର ନବମ ଚନ୍ଦ୍ର, ଶନିବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଏବଂ ମହତ୍‌ ବ୍ୟକ୍ତିଙ୍କ ଆଶ୍ରୟ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା: ୮, ଆରାଧନା: ମା’ ଗାୟତ୍ରୀ ।

ବିଛା :   ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତକର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ସପ୍ତମଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନପ୍ରାପ୍ତି ହେବ । ଆମୋଦ ପ୍ରମୋଦ ଓ ମଉଜମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହ କର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ଷଷ୍ଠଚନ୍ଦ୍ର, ଶନିବାର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖ, ଶାନ୍ତି ଏବଂ ରୋଗ, ଋଣ ଓ ଶତ୍ରୁ ଏଥିରୁ ସାମୟିକ ମୁକ୍ତି ମିଳିବ । ଆପଣଙ୍କର ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ସମ୍ମାନ ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠାମକର  ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ପଞ୍ଚମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା :  ମା’ କାଳୀ ।

ମୀନ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଆର୍ଥିକ କ୍ଷତି, ଆର୍ଥିକ ଠକାମି, ସ୍ୱଜନରେ ବିବାଦ, ପରିବାରରେ ମନୋନାଳିନ୍ୟ ଏବଂ ଚାଲି ଚଳନ, ବ୍ୟବହାର ବିବାଦୀୟ ହେବ । ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ହେବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶମନେ ହେବ । ଯେଉଁମାନଙ୍କର ରେବତୀ ମୀନ ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.