ପ୍ରମୂଖ ଖବର
  • ଭୁବନେଶ୍ୱର : ଗଣେଶ ପୂଜା ମଣ୍ଡପରେ ବୁଲିଲା ଖଣ୍ଡା, ଅଭିଯୁକ୍ତ ଗିରଫ
  • ||
  • ଲମତାପୁଟ : ପାଣି ପଶି ବନ୍ଦ ହୋଇଥିଲା ବିଦ୍ୟୁତ ଉତ୍ପାଦନ, ପାଞ୍ଚ ଦିନ ପରେ ଆରମ୍ଭ ହେଲା ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପ
  • ||
  • ଭୁବନେଶ୍ଵର : 'ମୋ ସ୍କୁଲ୍‌ ଅଭିଯାନ' ଏବେ ‘ପଞ୍ଚଶଖା ଶିକ୍ଷା ସେତୁ’, ନାଁ ବଦଳାଇଲେ ସରକାର
  • ||
  • ପାରାଦ୍ଵୀପ : ସଭାଗୃହରେ ଠେଲାପେଲା, ଘଟଣାକୁ ନେଇ କୁଜଙ୍ଗ ଥାନାରେ ୩ ଏତଲା
  • ||
  • ପାଟଣା : ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କାଠଯୋଡ଼ି ନଦୀରେ ଭାସିଗଲେ ବୃଦ୍ଧ, ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେସନ ଜାରି
  • ||
  • ପୁରୁଷ ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫି: ଆଜି ଭାରତ-ପାକିସ୍ତାନ ଲଢ଼େଇ
  • ||
  • ସୁବର୍ଣ୍ଣପୁର : ନାଳରେ ଭାସୁଛି ମଲା କୁକୁଡ଼ା, କିଏ ପକାଇଲା ତାକୁ ନେଇ ଚର୍ଚ୍ଚା
  • ||
  • ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||
  • କରଞ୍ଜିଆ : ଜେଲ୍ ମାନୁଆଲକୁ ଉଲଙ୍ଘନ କରିବା ପଡ଼ିଲା ମହଙ୍ଗା, ଜେଲ୍ ୱାର୍ଡର ସ୍ୱାଗତ ରଥ ସସ୍‌ପେଣ୍ଡ
  • ||
  • ପ୍ରଥମ ମଙ୍କିପକ୍ସ ଟିକାକୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରି, ୪ ସପ୍ତାହ ବ୍ୟବଧାନରେ ୨ଟି ଡୋଜ୍‌ ନେବେ ୧୮ ବର୍ଷରୁ ଊଦ୍ଧ୍ୱର୍
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: କଂସକୁ ମାରିଲେ ଶ୍ରୀକୃଷ୍ଣ, ରାଜା ହେଲେ ଉଗ୍ରସେନ
  • ||
  • ଭଞ୍ଜନଗର : ଗଣେଶ ଭସାଣି ବେଳେ ଗଣ୍ଡଗୋଳ, ଦୁଇ ଗୋଷ୍ଠୀ ମଧ୍ୟରେ ଟେକାପଥର ମାଡ଼
  • ||
  • ଏ ବର୍ଷ ହାଡ଼ଭଙ୍ଗା ଶୀତ, ଡିସେମ୍ବର-ଜାନୁଆରୀରେ ଥଣ୍ଡା ପ୍ରକୋପ ଅଧିକ: IMD
  • ||
  • ବଙ୍ଗୋପସାଗରରେ ଅବପାତର ରୂପ ନେବ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା, ମୟୂରଭଞ୍ଜକୁ ରେଡ୍ ଆଲର୍ଟ
  • ||

ଏହି ରାଶିର ବ୍ୟକ୍ତି କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ

ମେଷ : ପଞ୍ଚମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନ ସମ୍ପର୍କ ବୃଦ୍ଧି ପାଇବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ସହକର୍ମୀ, ସହଯୋଗୀ ଓ ପୁରାତନ ବନ୍ଧୁଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ମତାନ୍ତର ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା : ୦୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ତୃତୀୟ ଚନ୍ଦ୍ର, ତୃତୀୟା ତିଥି, ବୁଧବାର ଓ ଶୁକ୍ରଙ୍କର ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ, ଆତ୍ମବିଶ୍ୱାସ ଓ ଦୃଢ଼ ଇଚ୍ଛାଶକ୍ତି ପ୍ରକାଶ ପାଇବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା : ୦୪, ଆରାଧନା: ମା’ ଭୈରବୀ ।

କର୍କଟ : ଘାତବାର, ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଏବଂ ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଶାରୀରିକ ପୀଡ଼ା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିôବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଶ୍ରୀଚନ୍ଦ୍ର ଯୋଗୁ ଆମୋଦପ୍ରମୋଦ ଓ ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ ପଡ଼ୋଶୀଙ୍କ ସହ ସୁମ୍ପର୍କ ନିବିଡ଼ ହେବ । ମନରେ ପ୍ରସନ୍ନତା, ପରିବାରରେ ସ୍ୱର୍ଗୀୟ ସୁଖ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ  ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଆନ୍ତରିକତା ଓ ସମୟାନୁବର୍ତ୍ତିତାର ଅଭାବ ରହିବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୦୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଏକାଦଶ ଚନ୍ଦ୍ର, ବୁଧବାର ଓ ଶୁକ୍ରଙ୍କର ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍‌ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ବିମଳା ।

ବିଛା :  ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଅଧିକ ଧ୍ୟାନ ଦେବେ ଏବଂ ଭାଗ୍ୟ ଅପେକ୍ଷା କର୍ମ ଉପରେ ଅଧିକ ବିଶ୍ୱାସ ରହିବ । ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ସମ୍ପୂର୍ଣ୍ଣ କରିବାରେ ସମୟ ଆଜି ଆପଣଙ୍କ ପାଇଁ ସହାୟକ ହେବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା :  ମା’ ବଗଳାମୁଖୀ ।

ଧନୁ: ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ମହତ୍‌ ବ୍ୟକ୍ତିଙ୍କ ଆଶ୍ରୟ ମିଳିବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ନେବେ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ ଓ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୦୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଘାତଚନ୍ଦ୍ର ଯୋଗୁ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୦୩, ଆରାଧନା :  ମା’ ବିମଳା ।

କୁମ୍ଭ : ସପ୍ତମ ଚନ୍ଦ୍ର, ବୁଧବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ ଏବଂ ସହକର୍ମୀଙ୍କ ସହ ସମ୍ପର୍କ ମଧୁର ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ :  ବାଇଗଣୀ, ସଂଖ୍ୟା : ୦୬, ଆରାଧନା : ମା’ ଭୈରବୀ ।

ମୀନ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ଅବସାଦରୁ ମୁକ୍ତ ହେବେ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୦୭, ଆରାଧନା : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.