ପ୍ରମୂଖ ଖବର
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, କ୍ଷତି ପୂରଣ ପାଇଁ ଉତ୍ୟକ୍ତ ଗ୍ରାମବାସୀଙ୍କ ରାସ୍ତାରୋକ

Published By : Harapriya Sethi | January 12, 2025 1:22 PM

ଫିରିଙ୍ଗିଆ,୧୨/୦୧: ଫିରିଙ୍ଗିଆ ଥାନା ଡିଣ୍ଡିରା ଗାଁ ପଞ୍ଚାୟତ ଟେଲାପାଲି ଠାରେ ଶନିବାର ସଂଧ୍ୟାରେ ଏକ ବାଇକ ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ଟେଲାପାଲି ଗ୍ରାମର ଗୋପାଳ ରଣା (୫୯)। ଦୁର୍ଘଟଣା ଫଳରେ ଉତ୍ୟକ୍ତ ଗ୍ରାମବାସୀ ରାସ୍ତାରକ କରିଛନ୍ତି । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଅଞ୍ଚଳରେ ଏଭଳି ଘଟଣା ଘଟିଛିବାର ଖବର ସାମ୍ନାକୁ ଆସିଛି ।

ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟାରେ ଗୋପାଳ ରାସ୍ତାରେ ଚାଲିଚାଲି ଯାଉଥିଲେ । ଏହି ସମୟରେ ଫୁଲବାଣୀ ପଟୁ ଆସୁଥିବା ଏକ ବାଇକ୍‌ ଟେଲାପାଲି ଠାରେ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଗୋପାଳ ଗୁରୁତର ହୋଇ ଡ୍ରେନ ଭିତରେ ପଡି ଯାଇଥିଲେ । ଏହା ଦେଖି ସଙ୍ଗେ ସଙ୍ଗେ ଗ୍ରାମବାସୀ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ । ହେଲେ ଆମ୍ବୁଲାନ୍ସ ଆସିବାରେ ବିଳମ୍ବ ହେବାରୁ ଗୋଟିଏ ବୋଲେରୋ ଭଡା କରି ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ତାଙ୍କ ଅବସ୍ଥା ସାଙ୍ଘାତିକ ହେବାରୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ଫିରିଙ୍ଗିଆ ପୋଲିସ ପହଞ୍ଚି ଦୁଇ ବାଇକ ଆରୋହୀଙ୍କୁ ଉଦ୍ଧାର କରି ଫିରିଙ୍ଗିଆ ଡାକ୍ତରଖାନାରେ ଭର୍ତି କରି ତଦନ୍ତ ଆରମ୍ଭ କରିଛି । ଅପରପକ୍ଷେ,ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ରବିବାର ଟେଲାପାଲି ଠାରେ ରାଜ୍ୟ ରାଜପଥକୁ ଗ୍ରାମବାସୀ ଅବରୋଧ କରିଥିଲେ । ଥାନା ଅଧିକାରୀ ଗୋପୀନାଥ ପ୍ରଧାନ ଆସି ଲୋକଙ୍କୁ ବୁଝାସୁଝା କରିବା ପରେ ଲୋକେ ରାସ୍ତାରୁ ହଟିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.