PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ସଡ଼କ ଦୁର୍ଘଟଣାରେ ଫାର୍ମାସିଷ୍ଟ ମୃତ

ବଲାଙ୍ଗିର, ୨୪।୫: ଡ୍ୟୁଟି ପାଇଁ ମେଡିକାଲ ଯାଉଥିବା ବେଳେ ରାସ୍ତାରେ ଦୁର୍ଘଟଣା । ଏକ ଅଜଣା ଗାଡ଼ି ଧକ୍କା ଦେଇ ଚାଲିଗଲା । ବଲାଙ୍ଗିର-ସମ୍ବଲପୁର ରାଜରାସ୍ତାରେ ଆଜି ଅପରାହ୍ନରେ ଏପରି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଲୋଇସିଂହା ଥାନା ସୁଜିଆ ଗାଁର ଆନନ୍ଦ ଧରୁଆ ବେନ୍ଦ୍ରା ପିଏଚ୍‌ସିରେ ଫାର୍ମାସିଷ୍ଟ ଭାବେ ଚାକିରି କରନ୍ତି । ସବୁଦିନ ପରି ଆଜି ଅପରାହ୍ନରେ ସେ ମେଡିକାଲକୁ ଡ୍ୟୁଟି କରିବା ପାଇଁ ବାଇକରେ ଯାଉଥିଲେ ।

ବଲାଙ୍ଗିର-ସମ୍ବଲପୁର ୨୬ ନମ୍ୱର ରାଜପଥର ବୁନ୍ଦେଲବାହାଳୀଠାରେ ଏକ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି । ସ୍ଥାନୀୟ ଲୋକେ ଏନେଇ ବେନ୍ଦ୍ରା ମେଡିକାଲକୁ ଖବର ଦେଇଥିଲେ । ଖବର ପାଇ ଅନ୍ୟ ମେଡିକାଲର ଅନ୍ୟ ଫାର୍ମାସିଷ୍ଟମାନେ ତାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରି ଲୋଇସିଂହା ହସ୍ପିଟାଲରେ ଭର୍ତ୍ତି କରିଥିଲେ । ମାତ୍ର, ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ପଠାଇ ଦେଇଛି । ଅପରପକ୍ଷେ ଦୁର୍ଘଟଣା ପରେ ଗାଡ଼ିଟି ଫେରାର ମାରିଛି ।