ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ରାସ୍ତା ପାର୍ ହେଉଥିଲେ ମହିଳା, ଚଢ଼ିଗଲା ମାଛ ବୋଝେଇ ପିକ୍ଅପ୍ ଭ୍ୟାନ୍

ଗଞ୍ଜାମ, ୨୯।୪: ଗୋଳନ୍ଥରା ଥାନା ଅଧିନ ରଣ୍ଢା ଛକ ନିକଟରେ ଦୁର୍ଘଟଣା । ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ମହିଳା ଜଣକ ୬୫ ବର୍ଷୀୟ ଚିକରଡ଼ା ଗ୍ରାମର ମାଳତୀ ବେହେରା ବୋଲି ଜଣାପଡ଼ିଛି । ମାଳତୀ ପ୍ରତିଦିନ ଭୋରୁ ରଣ୍ଢା ପରିବା ବଜାରରୁ ପରିବା ନେଇ ବ୍ରହ୍ମପୁରରେ ବିକ୍ରି କରିବା ଲାଗି ଯାଆନ୍ତି । ସୋମବାର ପରିବା ଆଣିବା ଲାଗି ରାସ୍ତା ପାର୍ ହେଉଥିବା ସମୟରେ ଇଚ୍ଛାପୁରରୁ ବ୍ରହ୍ମପୁର ପଟେ ଯାଉଥିବା ଗୋଟେ ମାଛ ବୋଝେଇ ପିକ୍ଆପ ଭ୍ୟାନ୍ ଧକ୍କା ଦେଇଥିଲା । 

ଫଳରେ ମାଳତୀ ଛିଟିକି ପଡ଼ି ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଘଟଣାକୁ ନେଇ ଚିକରଡ଼ା ଗ୍ରାମବାସୀ କିଛି ସମୟ ପାଇଁ ରାସ୍ତାରୋକ କରିଥିଲେ । ଘଟଣାସ୍ଥଳରେ ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରିବା ପରେ ଗ୍ରାମବାସୀମାନେ ରାସ୍ତାରୁ ହଟିଥିଲେ । ଏଥିସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇ ଦୁର୍ଘଟଣା ଘଟାଇଥିବା ପିକ୍ଆପ ଭ୍ୟାନକୁ ଜବତ କରିଛି ଗୋଳନ୍ଥରା ପୋଲିସ । 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.