ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବରମୁଣ୍ଡା ବସ୍‌ ଟର୍ମିନାଲରେ ହେବ ପୋଲିସ ଆଉଟପୋଷ୍ଟ, ନିଯୁକ୍ତ ହେବେ ୮୯ ପୋଲିସ କର୍ମଚାରୀ

ଭୁବନେଶ୍ଵର, ୨୬/୦୨ : ନିକଟରେ ଉଦ୍‌ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ।

ସୂଚନାଯୋଗ୍ୟ ଯେ 5T ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବ୍‌ ଶୀଘ୍ର ଏହା ଲୋକାର୍ପିତ ହେବ। ଏଠାକୁ ଦୈନିକ ୭୦୦ ରୁ ୮୦୦ ବସ୍‌ ଯାତାୟତ କରିବ। ଭବିଷ୍ୟତରେ ବସ୍‌ ସଂଖ୍ୟା ୧୭୦୦ ରୁ ୧୮୦୦କୁ ବୃଦ୍ଧି ପାଇପାରେ। ତା ସହିତ ଦୈନିକ ୩୫ ରୁ ୪୫ ହଜାର  ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ବୋଲି ଆକଳନ କରାଯାଇଛି । 

5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଭିନ୍ନ ସମୟରେ ନିର୍ମାଣାଧୀନ ଟର୍ମିନାଲକୁ ଯାଇ ଏହାର ଅଗ୍ରଗତି ସମୀକ୍ଷା କରିବା ସମୟରେ ଅଧିକାରୀ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଠାରେ ଏକ ପୋଲିସ୍‌ ଆଉଟପୋଷ୍ଟ ପାଇଁ ପ୍ରସ୍ତାବ ଆସିଥିଲା। ଏ ବିଷୟରେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଏଠାରେ ପୋଲିସ୍‌ ଆଉଟପୋଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। 

ଏହି ଟର୍ମିନାଲରେ ଯାତ୍ରୀଙ୍କ ପାଇଁ ରେଷ୍ଟୁରାଣ୍ଟ, ବହୁତଳ କାର ପାର୍କିଂ, ଆହାର କେନ୍ଦ୍ର, ଯାତ୍ରୀଙ୍କ ପାଇଁ Pick up and Drop off ସୁବିଧା, ୧୪୪ଟି ବସ୍‌ ବେ, ସିଟି ବସ୍‌ ପାଇଁ ବସ୍‌ ବେ ଓ ଦୋକାନ ବଜାର ଅନେକ ସୁବିଧା ରହିବ। ଏଥିପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥାର ଗୁରୁତ୍ୱ ଯଥେଷ୍ଟ ଅଧିକ ରହୁଛି।

ଏହି ଆଉଟପୋଷ୍ଟରେ ୮୯ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ। ଏଥି ମଧ୍ୟରୁ ୨ଜଣ ସବ୍‌-ଇନ୍‌ସ୍ପେକ୍ଟର, ୯ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍‌ସ୍ପେକ୍ଟର, ୪ଜଣ ହାବିଲଦାର, ୭୨ଜଣ କନଷ୍ଟେବଳ ଓ ୨ଜଣ ଡ୍ରାଇଭର ରହିବେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.