ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା ଦାନା, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶାକୁ ମୁହାଁଇପାରେ

Published By : Krishna Priya | October 24, 2024 10:49 AM

ଭୁବନେଶ୍ୱର ୨୪/୧୦: ଆସିଲା ଭୀଷଣ ବାତ୍ୟା ଦାନାର ବଡ ଅପଡେଟ । ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା । ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା। ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା । ଭୀଷଣ ବାତ୍ୟା ଏବେ ପାରାଦୀପ ଠାରୁ ୨୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ । ଧାମରା ବନ୍ଦର ଠାରୁ ୨୯୦ କିମି ଦକ୍ଷିଣ ପୂର୍ବରେ ରହିଛି ବାତ୍ୟା । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି ଦାନା । 


ଆଜି ମଧ୍ୟରାତ୍ରରେ ଭିତରକନିକା ଏବଂ ଧାମରା ମଧ୍ୟରେ କରିବ ଲ୍ୟାଣ୍ଡଫଲ । ଲ୍ୟାଣ୍ଡଫଲ ପରେ ଭଦ୍ରକରୁ ରିକର୍ଭ କରି ପଶ୍ଚିମ ଓଡିଶାକୁ ମୁହିଁଇବ। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଦେଇ ଅତିକ୍ରମ କରିବ ସିଷ୍ଟମ । ଆଜି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର,ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧାରେ ଭୀଷଣ ବର୍ଷା । କାଲିଠୁ ଆଭ୍ୟନ୍ତରୀଣ ଓଡିଶା ର ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ନୟାଗଡ଼ ଦେଇ ଅତିକ୍ରମ କରିବ ବାତ୍ୟାର ଅଂଶ । ୨୬ ତାରିଖରେ ଅବପାତ କିମ୍ବା ଲଘୁଚାପ ଭାବରେ ଦକ୍ଷିଣ ଓଡ଼ିଶାରେ ପହଞ୍ଚିବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ରେ ବି ବର୍ଷା ହେବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.