ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ଆସନ୍ତା ୨୩ ଓ ୨୪ରେ ଆୟୋଜିତ ହେବ କ୍ଷୁଦ୍ର ନିଯୁକ୍ତି ମେଳା

ପୁରୀ, ୧୮/୧୧ : ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଓ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ଷୁଦ୍ର ନିଯୁକ୍ତି ମେଳା ଚଳିତ ମାସ ୨୩ ଓ ୨୪ ତାରିଖରେ ଅନୁଷ୍ଠିତ ହେବ। ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ପରାମର୍ଶ କ୍ରମେ ଏହି ନିଯୁକ୍ତି ମେଳା ୨୩ ତାରିଖରେ ପୁରୀ ସରକାରୀ ଆଇଟିଆଇ ପରିସରରେ ଓ ୨୪ରେ ପିପିଲି କଲେଜଠାରେ ପୂର୍ବାହ୍ନ ୯ଟା ସମୟରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ନିୟୋଜନ ଅଧିକାରୀ ସୁବାସଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି।

ଏହି ନିଯୁକ୍ତି ମେଳାରେ ରାଜ୍ୟ ଓ ରାଜ୍ୟ ବାହାରର ପ୍ରତିଷ୍ଠିତ ୨୨ଟି ବେସରକାରୀ ସଂସ୍ଥାର ନିଯୁକ୍ତି ଦାତାମାନେ ଯୋଗଦେଇ ଆଶାୟୀ କୁଶଳୀ ଓ ଅଣକୁଶଳୀ ପ୍ରାର୍ଥୀମାନଙ୍କୁ ଚୟନ କରିବେ । ଏତଦ୍ ବ୍ୟତୀତ ଓଡ଼ିଶା ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଥିବା ପ୍ରକଳ୍ପ କାର୍ଯ୍ୟକାରିଣୀ ସଂସ୍ଥାମାନେ ମଧ୍ୟ ଯୋଗଦେବେ । ଏହି ସଂସ୍ଥାମାନେ ପ୍ରତ୍ୟକ୍ଷ ନିଯୁକ୍ତି ପ୍ରଦାନ କରିବେ । ମେଳାରେ ନିଯୁକ୍ତି ଆଶାୟୀ ପଞ୍ଚମ ଶ୍ରେଣୀ ପାସଠାରୁ ସ୍ନାତକ ପାସ ପର୍ଯ୍ୟନ୍ତ ଏବଂ ଆଇଟିଆଇ, ଡିପ୍ଲୋମା ପାସ ଆଶାୟୀ ପ୍ରାର୍ଥୀ, ପ୍ରାର୍ଥୀନିମାନେ ଯେଉଁମାନଙ୍କ ବୟସ ୧୮ ବର୍ଷରୁ ୩୫ବର୍ଷ ମଧ୍ୟରେ ସେମାନେ ଯୋଗଦେଇ ଏହାର ସୁଯୋଗ ନେବା ପାଇଁ ଜିଲ୍ଲା ନିୟୋଜନ ଅଧିକାରୀ ଶ୍ରୀ ବେହେରା ସୂଚନା ଦେଇଛନ୍ତି।

ଏହି ବୈଠକରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, କନିଷ୍ଠ ନିୟୋଜନ ଅଧିକାରୀ ପ୍ରଭାତ କୁମାର ବସ୍ତିଆ ଓ ଜିଲ୍ଲା ନିୟୋଜନ ବିଭାଗର କର୍ମଚାରୀମାନେ ଯୋଗଦେଇଥିଲେ।

Copyright © 2022 - Summa Real Media Private Limited. All Rights Reserved.