ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଶୈଳବାଳା ମହିଳା କଲେଜର ଛାତ୍ରୀଙ୍କ ନିମନ୍ତେ ସୋଆରେ ବିଶେଷ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Published By : Harapriya Sethi | November 15, 2024 2:21 PM

ଭୁବନେଶ୍ୱର,୧୫/୧୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ (ଏସ୍‌ଏଚ୍‌ଏମ୍‌) ଠାରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ବିଶ୍ୱବିଦ୍ୟାଳୟ ପକ୍ଷରୁ କଟକସ୍ଥିତ ଶୈଳବାଳା ମହିଳା ସ୍ୱୟଂଚାଳିତ ମହାବିଦ୍ୟାଳୟର ଗୃହ ବିଭାଗ ସ୍ନାତକୋତର ଛାତ୍ରୀମାନଙ୍କ ପାଇଁ ନଭେମ୍ବର ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ହୋଟେଲ ଅପରେସନ ଉପରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।

ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ଥିଲା, ଆଜିର ଯୁବପିଢିକୁ ହୋଟେଲ ଶିଳ୍ପର ଚାରିଟି ପ୍ରମୁଖ ବିଭାଗ ଯଥା ଫ୍ରଣ୍ଟ ଅଫିସ, ହାଉସ୍ କିପିଙ୍ଗ୍‌, ଫୁଡ୍ ଆଣ୍ଡ ବେଭେରେଜ୍ ସର୍ଭିସ୍ ଓ ପ୍ରଡକ୍ସନ୍ ଉପରେ ପ୍ରଶିକ୍ଷିତ କରାଇ ସେମାନଙ୍କର ଦୃଷ୍ଟିକୋଣ, ଦକ୍ଷତା ଓ ଜ୍ଞାନ ବଢାଇବା ପାଇଁ ଅବସର ପ୍ରଦାନ କରିବା । ଏହା ସହ ଏହି ସଂପୂର୍ଣ୍ଣ କାର୍ଯ୍ୟକ୍ରମ ମାଧ୍ୟମରେ ସେମାନଙ୍କୁ ଆବଶ୍ୟକୀୟ ଦକ୍ଷତା ଏବଂ କ୍ଷମତା ପ୍ରଦାନ କରିବା । ଏହି କାର୍ଯ୍ୟକ୍ରମରେ ଗ୍ରାହକ ସେବା, ଯୋଗାଯୋଗ, ସମସ୍ୟା ସମାଧାନ ଏବଂ ସଞ୍ଚାଳନ ଭଳି ଅନ୍ୟାନ୍ୟ କ୍ଷେତ୍ର ଉପରେ ମଧ୍ୟ ପ୍ରାଧାନ୍ୟ ଦିଆଯାଇଥିଲା ।

ଏହି ସଂପୂର୍ଣ୍ଣ କାର୍ଯ୍ୟକ୍ରମରେ ପେଶାଦାର ଓ ପ୍ରବୀଣ ବ୍ୟକ୍ତି ବିଶେଷଙ୍କ ତତ୍ୱାବଧାନରେ ଆତିଥ୍ୟ ଓ ପର୍ଯ୍ୟଟନ ଶିଳ୍ପ ଉପରେ ଗୁରୁତ୍ୱ ଆରୋପ କରାଯାଇଥିଲା । ଏଥିରେ ଶୈଳବାଳା ମହିଳା ମହାବିଦ୍ୟାଳୟର ୪୩ ଜଣ ଛାତ୍ରୀ ଓ କିଛି ଅଧ୍ୟାପିକା ଅଂଶ ଗ୍ରହଣ କରିଥିଲେ । ହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୂତି ଭୂଷଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ଉପସ୍ଥିତ ରହି ଛାତ୍ରୀମାନଙ୍କର ଜୀବନରେ ଏହି ପ୍ରଶିକ୍ଷଣର ଉପାଦେୟତା ଓ ଗୁରୁତ୍ତ୍ୱକୁ ବ୍ୟାଖ୍ୟା କରି ଅଂଶଗ୍ରହଣ କରିଥିବା ପ୍ରତ୍ୟେକ ଛାତ୍ରୀମାନଙ୍କୁ ପ୍ରୋତ୍ସାହିତ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.