ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଦ୍ୱାରଶୁଣି ଘାଟିରେ ଦୁର୍ଘଟଣା, ଜଳିଗଲା ପିଆଜ ବୋଝେଇ ଟ୍ରକ୍

ବାଙ୍ଗିରିପୋଷି, ୧/୪ : ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି-ବିଶୋଇ ସୀମାର ଦ୍ଵାରଶୁଣୀ ଘାଟି ରାସ୍ତାରେ ଦୁର୍ଘଟଣା। ହୁତୁହୁତୁ ହୋଇ ଜଳିଗଲା ପିଆଜ ବୋଝେଇ ଟ୍ରକ୍। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍।

ସୂଚନାନୁଯାୟୀ, ବାଙ୍ଗିରିପୋଷି-ବିଶୋଇ ସୀମାର ଦ୍ଵାରଶୁଣୀ ଘାଟି ରାସ୍ତାରେ ଏକ ପିଆଜ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇ ନିଆଁ ଲାଗିଯାଇଥିଲା। ଫଳରେ ଟ୍ରକ୍‌ଟି ହୁତୁହୁତୁ ହୋଇ ଜଳି ଯାଇଥିଲା। ଖବର ପାଇ ଘଟଣାସ୍ଥଳରେ ଉଭୟ ବିଶୋଇ ଓ ବାଙ୍ଗିରିପୋଷି ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ପୁଲିସ ଘଟଣାସ୍ଥଳରେ ଉଭୟ ପଟୁ ଗାଡି ଚଳାଚଳ ବନ୍ଦ ରଖିଛି। ତେବେ ଟ୍ରକ୍ ଚାଳକ ସୁରକ୍ଷିତ ଥିବା ଜଣାପଡ଼ିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.