ପ୍ରମୂଖ ଖବର
  • ବୌଦ୍ଧ : କଲରାପତରିଆ ବାଘ ଚମଡା ଜବତ, ଜଣେ ଗିରଫ
  • ||
  • ସମ୍ୱଲପୁର : ଧାନ ଗଦା ଜାଳିଦେଲେ ଦୁର୍ବୃତ୍ତ, ୭ ଏକର ଜମିର ଧାନ ନଷ୍ଟ
  • ||
  • ଫୁଲବାଣୀ : ବସ୍-ପିକଅପ୍ ମୁହାଁମୁହିଁ ଧକ୍କା: ୨୦ ଆହତ
  • ||
  • ରାୟଗଡ଼ା : ଫସଲ ଜଗିବା ବେଳେ ଅଘଟଣ, ଦନ୍ତା ଆକ୍ରମଣରେ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ସିଟି ହୋମ୍ସ ଡୁପ୍ଲେକ୍ସରୁ ସିରିଜ୍‌ ଲୁଟ୍‌, ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଚୋରି
  • ||
  • ସାଲେପୁର : ୧୫ ଲିଟରରୁ ଉର୍ଦ୍ଧ୍ୱ ଦେଶୀ ମଦ ଜବତ, ଜଣେ ଗିରଫ
  • ||
  • କାଠଯୋଡ଼ି ପଠାରେ ମହିଳାଙ୍କ ମୃତଦେହ ମିଳିବା ଘଟଣା: ୨୪ ଘଣ୍ଟା ପରେ ବି ମିଳିଲାନି ପରିଚୟ
  • ||
  • ବଣାଇ : ଜଙ୍ଗଲରେ ହାତୀ ଟ୍ରାକିଂ ବେଳେ ଆକ୍ରମଣ କଲା ଦନ୍ତା, ପାରା କର୍ମଚାରୀ ଗୁରୁତର
  • ||
  • କନ୍ଧମାଳରେ ଅପରେସନ ନୀଳ ଜହର, କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଗଛ କାଟିଲା ପୋଲିସ
  • ||
  • ଶିମିଳିପାଳରେ ଆରମ୍ଭ ହେଲା ତୁଷାରପାତ, ଆଭ୍ୟନ୍ତରୀଣ ଅଞ୍ଚଳ ଓ ପାଦଦେଶରେ ହାଡ଼ଭଙ୍ଗା ଶୀତ
  • ||
  • କୋଲକାତା ଗଲ୍‌ଫ ଗ୍ରୀନରେ ଚାଞ୍ଚଲ୍ୟ, ଅଳିଆ ଗଦାରୁ ମିଳିଲା ମହିଳାଙ୍କ କଟାମୁଣ୍ଡ, ତଦନ୍ତ କରୁଛି ପୋଲିସ
  • ||
  • ଝାଡ଼ଖଣ୍ଡ ରାମଗଡ଼ ରାସ୍ତାରେ ଟ୍ରାକ୍ଟର ଓ ଟ୍ରଲରକୁ ପଛରୁ ଧକ୍କା ଦେଲା ବୋଲେରୋ, ୫ମୃତ, ୩ ଗୁରୁତର
  • ||
  • ଗାବା ଗଡ଼ରେ ତୃତୀୟ ଟେଷ୍ଟ ଆରମ୍ଭ, ଖେଳରେ ବାଧକ ବର୍ଷା, ଲଞ୍ଚ୍ ବେକ୍ ସୁଦ୍ଧା ୨୮ ରନ କରିଛି ଅଷ୍ଟ୍ରେଲିଆ
  • ||
  • ରାଜ୍ୟରେ ଥଣ୍ଡାର ଥାର୍ଡ ଡିଗ୍ରୀ: ରାତିକରେ ୭ ଡିଗ୍ରୀକୁ ଖସିବ ପାରଦ,୧୫ ଡିଗ୍ରୀ ତଳେ ୨୬ ସହର
  • ||

ଢେଙ୍କାନାଳରେ ଅଘଟଣ, ମାଲବାହୀ ଟ୍ରେନ୍‌ ଧକ୍କାରେ ଦନ୍ତା ହାତୀ ମୃତ

Published By : Harapriya Sethi | November 2, 2024 7:17 AM

ନିମବାହାଳି,୦୨/୧୦: ୪୦ ଟିକିଆ ହାତୀପଲ ଟ୍ରେନ୍‌ ଲାଇନ ଅତିକ୍ରମ କରୁଥିବା ବେଳେ ଧକ୍କା ଦେଲା ମାଲବାହୀ ଟ୍ରେନ୍ । ଦୁର୍ଘଟଣାରେ ପ୍ରାଣ ହରାଇଲା ଦନ୍ତା ହାତୀ । ମୃତ ଦନ୍ତାର ବୟସ ପ୍ରାୟ ୧୪ ବର୍ଷ ବୋଲି ଜଣାପଡିଛି । ଢେଙ୍କାନାଳ ବନଖଣ୍ଡର ସଦର ବନାଞ୍ଚଳ ଅନ୍ତର୍ଗତ ମେରାମୁଣ୍ଡଳୀ ଫରେଷ୍ଟ ସେକ୍ସନ ଚିନ୍ତା ପୋଖରୀ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ପୂର୍ବତଟ ରେଳ ବିଭାଗର ମେରାମୁଣ୍ଡଳୀ ଷ୍ଟେସନ ଠାରୁ ମାତ୍ର ୩ କିଲୋମିଟର ଦୂର ଅପ ଲାଇନରେ ଘଟିଛି ଏହି ଦୁର୍ଘଟଣା । ଶୁକ୍ରବାର ରାତି ପ୍ରାୟ ୨ଟା ସମୟରେ ଏକ ୪୦ ଟିକିଆ ହାତୀ ପଲ ଟ୍ରେନ ଲାଇନ ଅତିକ୍ରମ କରୁଥିବା ବେଳେ ଏକ ମାଲବାହୀ ଟ୍ରେନ୍‌ ହାତୀଟିକୁ ଧକ୍କା ଦେଇଥିଲା । ଫଳରେ ହାତୀଟି ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲା । ଶନିବାର ଭୋର ସମୟରେ ହାତୀଟି ଟ୍ରେନ୍‌ ଲାଇନରେ ମରି ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖି ତୁରନ୍ତ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ଓ ରେଳ ବିଭାଗ ପୋଲିସ ପହଞ୍ଚି ହାତୀର ମୃତଦେହକୁ ଉଦ୍ଧାର କରିଥିଲେ । ହାତୀର ମୃତ ଦେହକୁ ବନ ବିଭାଗ ପକ୍ଷରୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ବେଳେ ତଦନ୍ତ ଜାରି ରହିଛି । ଦୁର୍ଘଟଣା ସ୍ଥଳଟି ହାତୀ ପ୍ରବଣ ଅଞ୍ଚଳ ହୋଇଥିଲେ ମଧ୍ୟ ମାଲବାହୀ ଟ୍ରେନ୍‌ର ଦ୍ରୁତ ବେଗ ଯୋଗୁଁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଇଛି।  

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.