ପ୍ରମୂଖ ଖବର
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ଦିନ ସାଢ଼େ ୧୧ଟା ଯାଏଁ ଗୃହ ମୁଲତବି
  • ||
  • ମାହାଙ୍ଗା: ଭାରସାମ୍ୟ ହରାଇ କେନାଲକୁ ଖସିଲା କାର୍, ଯୁବକଙ୍କ ମୃତ୍ୟୁ
  • ||
  • ମୋହନ ସରକାରଙ୍କ ପ୍ରଥମ ଅଧିବେଶନ, ୨୪ରେ ଉପବାଚସ୍ପତି ନିର୍ବାଚନ, ୨୫ରେ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ପ୍ୟାରିସ୍‌ ଅଲିମ୍ପିକ ୨୦୨୪: ୨୫ରୁ ତୀରନ୍ଦାଜୀ ଇଭେଣ୍ଟ, ରିକର୍ଭ ଇଭେଣ୍ଟରେ ଭାଗ ନେବେ ୬ ଭାରତୀୟ
  • ||
  • ଆସନ୍ତା ୨୬ ସୁଦ୍ଧା ଆଉ ଏକ ଲଘୁଚାପ, ତିନିଦିନ ପ୍ରବଳ ବର୍ଷା ସମ୍ଭାବନା: ଏବେ ବି ନିଅଣ୍ଟିଆ ସ୍ଥିତିରୁ ବାହାରିନି ୧୬ ଜିଲ୍ଲା
  • ||
  • ମୋଦି ୩.୦ ସରକାରର ପ୍ରଥମ ବଜେଟ୍‌, ୭ମ ଥର ପାଇଁ ବଜେଟ୍‌ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||

ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପୁରୀ ଅଭିମୁଖେ ଦ୍ରୌପଦୀ ମୁର୍ମୁ

ପୁରୀ,୦୭/୦୭: ପବିତ୍ର ଘୋଷଯାତ୍ରା । ବଡ଼ଦାଣ୍ଡରୁ ଦୃଶ୍ୟମାନ ହେଉଛି ବିଶାଳ ଭକ୍ତ ସମାଗମ । ପ୍ରଭୁଙ୍କ ଅପେକ୍ଷାରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ । ମହାପ୍ରଭୁ ଶ୍ରୀ ଜଗନ୍ନଥଙ୍କର ଦର୍ଶନ କରିବା ପାଇଁ ସମଗ୍ର ବିଶ୍ୱରୁ ଭକ୍ତଗଣ ଆସି ପହଞ୍ଚିଛନ୍ତି ବଡ଼ ଦେଉଳ ଆଗରେ । ଚାହିଁ ବସିଛନ୍ତି ସେଇ ଶ୍ରୀମନ୍ଦିର ମୁଖ୍ୟ ଦ୍ୱାରକୁ । କାଳିଆସାଆନ୍ତଙ୍କ ଶ୍ରୀମୁଖକୁ । ତିନି ଠାକୁରଙ୍କ ଅପୂର୍ବ ଦର୍ଶନ ପାଇଁ ବ୍ୟାକୁଳ ହୋଇ ଚାହିଁ ରହିଛନ୍ତି ସମସ୍ତେ । 

ଏହି ପରିସରରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ମହୋତ୍ସବ ଉପଲକ୍ଷେ ରାଷ୍ଟ୍ରପତି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏଥିସହ ସମସ୍ତଙ୍କର ସୁଖ, ଶାନ୍ତି ଏବଂ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି "ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି । ଆଜି ଦେଶ ତଥା ବିଶ୍ଵର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଉତ୍କଣ୍ଠାର ସହିତ ଅପେକ୍ଷା କରି ରହିଛନ୍ତି । ଏହି ମହାପର୍ବ ଅବସରରେ ମୁଁ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।"

ଶ୍ରୀଗୁଣ୍ଡିଚା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା । ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ସୁଖଶାନ୍ତି କାମନା କଲେ । ଓଡ଼ିଶାର ପ୍ରଗତି ପଥ ସର୍ବଦା ଆଲୋଚିତ ରହୁ ବୋଲି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ । ରଥଯାତ୍ରା ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁ ଜଗନ୍ନାଥ ଗରିବଙ୍କ ଦେବତା ବୋଲି କହିଲେ ମୋଦି । ଏଥିସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ନବୀନ ପଟ୍ଟନାୟକ, ଜେପି ନଡ୍ଡା ମଧ୍ୟ ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.