ପ୍ରମୁଖ ଖବର
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ମହୁଲ ସଂଗ୍ରହବେଳେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର

ମାଲକାନଗିରି/ମାଥିଲି, ୧୦/୪ : ଜଙ୍ଗଲରେ ମହୁଲ ସଂଗ୍ରହ କରୁଥିବାବେଳେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଭାବେ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଗୁରୁତର ଜଣଙ୍କ ହେଲେ ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ପଲାରିପଦର ଗାଁର ବୁଦୁରା ମାଝିଙ୍କ ନାବାଳକ ପୁଅ ରମେଶ (୧୬) । 

ପ୍ରକାଶ ଯେ, ଗାଁ ନିକଟରେ ଥିବା ଜଙ୍ଗଲକୁ ଆଜି ରମେଶ ଅପରାହ୍ନରେ ମହୁଲ ସଂଗ୍ରହ ପାଇଁ ଯାଇଥିଲେ । ଏହି ସମୟରେ ଜଙ୍ଗଲ ମଧ୍ୟରେ ଏକ ଭାଲୁ ରମେଶଙ୍କ ଉପରକୁ ଆକ୍ରମଣ କରିଥିବାବେଳେ ସେ ଚିତ୍କାର କରି ଉଠିଥିଲେ । ତାଙ୍କ ଚିତ୍କାର ଶୁଣି ଜଙ୍ଗଲ ମଧ୍ୟରେ ଥିବା କିଛି ଲୋକେ ଦଉଡି ଆସିବାରୁ ଭାଲୁଟି ସେଠାରୁ ଚାଲି ଯାଇଥିଲା । କିନ୍ତୁ ଇତି ମଧ୍ୟରେ ଭାଲୁ ଆକ୍ରମଣରେ ରମେଶଙ୍କ ମୁଣ୍ଡ, ମୁହଁ ଏବଂ ଅନ୍ୟାନ୍ୟ ସ୍ଥାନରେ ଗଭୀର କ୍ଷତ ହୋଇଥିବାବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ପ୍ରଥମେ ମାଥିଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ । ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଛି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.