ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ଜମ୍ମୁକାଶ୍ମୀରରେ ବିଧାନସଭା ନିର୍ବାଚନ ଲଢିବ AAP, ପ୍ରଥମ ତାଲିକାରେ ୭ ପ୍ରାର୍ଥୀଙ୍କ ନାମ…

Image Courtesy: indiatoday

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବା ପରେ ବର୍ତ୍ତମାନ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପ୍ରଥମ ପର୍ଯ୍ୟାୟରେ ୨୪ ଟି ବିଧାନସଭା ଆସନରେ ମତଦାନ ପୂର୍ବରୁ ପ୍ରାର୍ଥୀଙ୍କ ତାଲିକା ମଧ୍ୟ ଆସିବା ଆରମ୍ଭ ହୋଇଛି । ଏହି ସମୟରେ ଆମ୍ ଆଦମୀ ପାର୍ଟି ଜାମ୍ମୁ କାଶ୍ମୀର ନିର୍ବାଚନରେ ମଧ୍ୟ ପ୍ରବେଶ କରିଛି । ଜାମ୍ମୁ କାଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଅରବିନ୍ଦ କେଜ୍ରିୱାଲଙ୍କ ଆମ୍ ଆଦମୀ ପାର୍ଟି ୭ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି । ସୂଚନାଥାଉକି ଆଜି (ରବିବାର) ଗୁଲାବ ନବି ଆଜାଦଙ୍କ DPAP ମଧ୍ୟ ୧୩ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଜାରି କରିଛି । 

ତେବେ ଆମ୍ ଆଦମୀ ପାର୍ଟି ଦ୍ୱାରା ଘୋଷିତ ପ୍ରାର୍ଥୀଙ୍କ ତାଲିକା ବିଷୟରେ କହିବାକୁ ଗଲେ ଏଥିରେ ୭ ଜଣ ପ୍ରାର୍ଥୀଙ୍କ ନାମ ରହିଛି । ଏଥିରେ ପୁଲଓ୍ବାମା ବିଧାନସଭା ଆସନରୁ ଫାୟାଜ ଅହମ୍ମଦ ସୋଫିଙ୍କୁ ଟିକେଟ ଦିଆଯାଇଛି । ଏହା ବ୍ୟତୀତ ଆମ୍ ଆଦମୀ ପାର୍ଟି ରାଜପୋରାରୁ ମୁଦାସୀର ହସନ, ଦେଓସରରୁ ଶେଖ ଫିଦା ହୁସେନ୍, ଦୁରୁରୁ ମୋହସିନ୍ ସଫାକତ ମିରଙ୍କୁ ଟିକେଟ ଦିଆଯାଇଛି । ସେହିଭଳି ଡୋଡା ବିଧାନସଭା ଆସନରୁ ମେହେରାଜ ଦୀନ ମଲିକଙ୍କୁ ଟିକେଟ ଦିଆଯାଇଛି । ଯଦି ଆମେ ଶେଷ ଦୁଇ ପ୍ରାର୍ଥୀଙ୍କ ବିଷୟରେ କହିବା ତେବେ ଡୋଡା ପଶ୍ଚିମ ବିଧାନସଭା ଆସନରୁ ୟାସିର ସଫି ମତୋ ପ୍ରାର୍ଥୀ ହୋଇଥିବା ବେଳେ, ବନିହାଲ ବିଧାନସଭା ଆସନରୁ ମୁଦାସୀର ଅଜମତ ମୀର ପ୍ରାର୍ଥୀ ହୋଇଛନ୍ତି । 

ସୂଚନାଥାଉକି,ଯେ ଆମ୍ ଆଦମୀ ପାର୍ଟି ପ୍ରାର୍ଥୀ ଘୋଷଣା କରିବା ପୂର୍ବରୁ, DPAP ମଧ୍ୟ ଏହାର ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଥିଲା । ନିକଟରେ ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ଏକ ରାଜନୈତିକ ଦଳ ଗଠନ କରିଥିଲେ । ଦଳର ନାମ ଡେମୋକ୍ରାଟିକ୍ ପ୍ରୋଗ୍ରେସିଭ୍ ଆଜାଦ ପାର୍ଟି (ଡିପିଏପି) ରହିଛି । ଗୁଲାମ ନବୀ ଆଜାଦଙ୍କ DPAP ଆଜି ୧୩ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି । ଜାମ୍ମୁ କାଶ୍ମୀରରେ ତିନିଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୪ ରେ ନିର୍ବାଚନର ଫଳାଫଳ ମଧ୍ୟ ପ୍ରକାଶ ପାଇବ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.