ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

‘ପଦଯାତ୍ରା’ ସମୟରେ କେଜ୍ରିଓ୍ବାଲଙ୍କ ଉପରେ ଆକ୍ରମଣ କରିଛନ୍ତି ବିଜେପି କର୍ମୀ, ଅଭିଯୋଗ କଲା ଆପ୍‌

Published By : Tapas Panda | October 25, 2024 8:57 PM

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଆକ୍ରମଣ । ଶୁକ୍ରବାର ଦିଲ୍ଲୀରେ ଆୟୋଜିତ ‘ପଦଯାତ୍ରା’ ରାଲିରେ କେଜ୍ରିଓ୍ବାଲଙ୍କ ଉପରେ ଆକ୍ରମଣ ହୋଇଥିବା ଆପ୍‌ ଅଭିଯୋଗ କରିଛି । ଏହି ଆକ୍ରମଣ ବିଜେପି କର୍ମୀମାନେ କରିଛନ୍ତି ବୋଲି ଆମ୍‌ ଆଦମୀ ପାର୍ଟି (ଆପ୍‌) ଦାବି କରିଛି । ଏପରିକି ଏହି ଆକ୍ରମଣ ପାଇଁ ଦିଲ୍ଲୀ ପୋଲିସକୁ ମଧ୍ୟ ଦାୟୀ କରିଛି ଆପ୍‌ ।  ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଆପ୍‌ ନେତା ମନୀଷ ସିସୋଦିଆ ଲେଖିଛନ୍ତି, କେଜ୍ରିଓ୍ବାଲଙ୍କ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରୁଛି । ବିଜେପି ଏହି ଆକ୍ରମଣ କରାଇଛି ବୋଲି ସେ ଅଭିଯୋଗ କରିଛନ୍ତି । ଯଦି କେଜ୍ରିଓ୍ବାଲଙ୍କର କିଛି ହୁଏ ତେବେ ଏଥିପାଇଁ ବିଜେପି ଦାୟୀ ରହିବ । ଏଥିରେ ଆମେ ଭୟଭୀତ ହେବୁ ନାହିଁ ବୋଲି ଲେଖିଛନ୍ତି ସିସୋଦିଆ ।

ସେହିଭଳି ଆପ୍‌ ନେତା ସୌରଭ ଭରଦ୍ବାଜ, ବିଜେପିକୁ ଦାୟୀ କରି ଏକ୍ସରେ ଏକ ପୋଷ୍ଟ ଲେଖିଛନ୍ତି । କେଜ୍ରିଓ୍ବାଲଙ୍କର କିଛି ହୋଇଗଲେ ବିଜେପି ଦାୟୀ ରହିବ ବୋଲି ମନୀଷ ସିସୋଦିଆଙ୍କ ଭଳି ସୌରଭ ଭରଦ୍ବାଜ କହିଛନ୍ତି । ଏହା ସହ ଇଡି, ସିବିଆଇ ଏବଂ ଜେଲ୍‌ କାମରେ ନଆସିବାରୁ ଏବେ ବିଜେପି କର୍ମୀ କେଜ୍ରିଓ୍ବାଲଙ୍କ ଉପରେ ଆକ୍ରମଣ କରୁଛନ୍ତି ବୋଲି ଅଭିଯୋଗ ମଧ୍ୟ କରିଛନ୍ତି ସୌରଭ ଭରଦ୍ବାଜ । 




ସେପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ଏନେଇ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଦିଲ୍ଲୀବାସୀ ବିଜେପିର ଶସ୍ତା ରାଜନୀତିକୁ ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି । ବିକାଶପୁରୀ ପଦଯାତ୍ରା ସମୟରେ ବିଜେପି ଗୁଣ୍ଡାମାନଙ୍କ ଦ୍ବାରା କେଜ୍ରିଓ୍ବାଲଙ୍କ ଉପରେ ଆକ୍ରମଣ କରାଯାଇଛି । ଆପ୍‌ ଏବଂ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ନିର୍ବାଚନରେ ପରାସ୍ତ କରିପାରିବନି ବୋଲି ଜାଣିଛି ବିଜେପି । ତେଣୁ ବିଜେପି ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ହତ୍ୟା କରିବାକୁ ଚାହୁଁଛି ବୋଲି ଆତିଶୀ ଅଭିଯୋଗ କରିଛନ୍ତି । 




ଅନ୍ୟପଟେ, କେଜ୍ରିଓ୍ବାଲଙ୍କ ଉପରେ ଆକ୍ରମଣ ଅଭିଯୋଗକୁ ଖଣ୍ଡନ କରିଛି ଦିଲ୍ଲୀ ପୋଲିସ । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଉପ‌ରେ କୌଣସି ପ୍ରକାର ଆକ୍ରମଣ ହୋଇନାହିଁ ବୋଲି ପୋଲିସ କହିଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.