ପ୍ରମୂଖ ଖବର
  • ଅନୁଗୁଳ : ଜମିବାଡ଼ି ଭାଗ କରିବା ପାଇଁ ମାଗୁଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବରିଷ୍ଠ କିରାଣୀ
  • ||
  • କନ୍ଧମାଳ : ମଦ୍ୟପ ପୁଅର ହାତୁଡ଼ି ମାଡ଼ରେ ଆଖି ବୁଜିଲା ବାପା, ପୋଲିସ ଆଗରେ ସତ ବଖାଣିଲା ଅଭିଯୁକ୍ତ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ପ୍ରଶ୍ନକାଳ ସ୍ବାଭାବିକ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଛନ୍ତି ମନ୍ତ୍ରୀ
  • ||
  • ମୁକୁନ୍ଦପୁର ଘାଟିରେ ବସ୍‌ ଓଲଟିବା ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
  • ||
  • ଜଷ୍ଟିସ ବର୍ମାଙ୍କ ଘରୁ ଟଙ୍କା ଜବତ ମାମଲା: ୮ ପୁଲିସଙ୍କ ମୋବାଇଲ ଜବତ, ୮ ଅଧିକାରୀଙ୍କ ବୟାନ ବି ରେକର୍ଡ
  • ||
  • ମଣପ୍ପୁରମ ସୁନା ଲୁଟ୍‌ ଘଟଣା: ଦୁର୍ଦ୍ଦାନ୍ତ ସୁବୋଧ ସିଂହ ଗିରଫ, ଆଜି କୋର୍ଟରେ ହାଜର କରିବ ପୁଲିସ
  • ||
  • ରାଜଧାନୀରୁ ଗୋରୁ ଭର୍ତ୍ତି ପିକଅପ୍ ଗାଡ଼ି ଜବତ, ରାସ୍ତା ଉପରେ ଗାଡ଼ି ଛାଡ଼ି ଡ୍ରାଇଭର ଫେରାର
  • ||
  • ସାମାନ୍ୟ ବଚସାରୁ ରାଉରକେଲାରେ ଫୁଟିଲା ଗୁଳି, ଅଳ୍ପକେ ବର୍ତ୍ତିଲେ ଯୁବକ
  • ||
  • ଆଇପିଏଲ୍ ୨୦୨୫: ଆଜି ସୁପରକିଙ୍ଗ୍‌ସ-ରୟାଲ୍‌ ଚ୍ୟାଲେଞ୍ଜର୍ସ ଲଢ଼େଇ, ସ୍ପିନରଙ୍କୁ ସୁହାଇବ ଚିପକ୍‌ ପିଚ୍‌
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଗଛରେ ଝୁଲି ରହିଲା ୧୦୮ ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ ୩ ଆମ୍ବୁଲାନ୍ସ କର୍ମଚାରୀ
  • ||
  • ବାଲେଶ୍ୱର : ମର୍ଣ୍ଣିଙ୍ଗ୍ ୱାକ୍‌ କରିବା ବେଳେ ଅଘଟଣ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ଆସନ୍ତା ତିନି ଦିନ ନିଆଁ ବର୍ଷା: ୪୦ ଡିଗ୍ରୀ ଡେଇଁଲା ୮ ସହର ପାରଦ, ଆଜି ୪୨, କାଲି ୪୩ ଛୁଇଁବ ତାପମାତ୍ରା
  • ||

ଦିଲ୍ଲୀ ବିଧାନସଭାରେ ସିଏଜି ଝଡ଼, ୩ ଦିନ ପାଇଁ ଆପ୍‌ର ୨୧ ବିଧାୟକ ସସପେଣ୍ଡ୍…

Published By : Prameya | February 25, 2025 5:44 PM

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଦିନ ଅର୍ଥାତ ମଙ୍ଗଳବାର ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଥିଲା। ଉପରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ଆମ ଆଦମୀ ପାର୍ଟି ବିଧାୟକ ମାନେ ଗୃହରେ ନାରାବାଜୀ ଦେଇଥିଲେ। ଏହା ପରେ ବାଚସ୍ପତି ବିଜେନ୍ଦ୍ର ଗୁପ୍ତା ଅମାନତୁଲ୍ଲା ଖାନଙ୍କୁ ଛାଡି ଆମ ଆଦମୀ ପାର୍ଟିର ସମସ୍ତ ବିଧାୟକଙ୍କୁ ନିଲମ୍ବିତ କରିଥିଲେ।

ମଙ୍ଗଳବାର ଦିନ ଅମାନତୁଲ୍ଲା ଖାନ ଗୃହରେ ଉପସ୍ଥିତ ନଥିଲେ। କୁହାଯାଉଛି ଯେ, ତାଙ୍କ ଅସୁସ୍ଥତା ଯୋଗୁଁ ସେ ଆଜି ବିଧାନସଭାରେ ଉପସ୍ଥିତ ନଥିଲେ। ତେଣୁ ବାଚସ୍ପତି ତାଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହାଁନ୍ତି। ଗୁରୁବାର ଦିନ ଦିଲ୍ଲୀ ବିଧାନସଭାର କାର୍ଯ୍ୟ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ, ଯେଉଁଥିରେ CAG ରିପୋର୍ଟ ଉପରେ ଆଲୋଚନା ହେବ।

ସୂଚନାଥାଉକି, ମଙ୍ଗଳବାର ଦିଲ୍ଲୀ ବିଧାନସଭାରେ ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଥିଲା। ରିପୋର୍ଟ ଅନୁଯାୟୀ, ୨୦୨୧-୨୦୨୨ ର ଅବକାରୀ ନୀତି ଯୋଗୁଁ ଦିଲ୍ଲୀ ସରକାରଙ୍କୁ ୨୦୦୦ କୋଟି ଟଙ୍କାରୁ ଅଧିକ କ୍ଷତି ସହିବାକୁ ପଡିଛି। ଏହାକୁ ନେଇ ବିଜେପି ବିଧାୟକ ମାନେ ଆମ ଆଦମୀ ପାର୍ଟି ଉପରେ ଆକ୍ରମଣ କରୁଛନ୍ତି ।

ଦିଲ୍ଲୀରେ ମଦ ନୀତି ଦୁର୍ନୀତି ଉପରେ CAG ରିପୋର୍ଟ ପ୍ରକାଶ ପାଇବା ପରେ, ଦିଲ୍ଲୀ ସରକାରଙ୍କ କ୍ୟାବିନେଟ୍ ମନ୍ତ୍ରୀ ଆଶିଷ ସୁଦ ଆମ ଆଦମୀ ପାର୍ଟି ସରକାରଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି କି, "ସିଏଜି ରିପୋର୍ଟରେ ହୋଇଥିବା ଖୁଲାସା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଏବଂ ଏହା ପ୍ରମାଣିତ କରୁଛି ଯେ ଅରବିନ୍ଦ କେଜରିୱାଲ ସରକାର ମଦ ନୀତି ମାଧ୍ୟମରେ ଦୁର୍ନୀତି କରିଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.