ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମହାରାଷ୍ଟ୍ରରେ ନିର୍ବାଚନ ଲଢ଼ିବେନି, ଏମଭିଏ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ କେଜ୍ରିଓ୍ବାଲ

Published By : Tapas Panda | October 26, 2024 4:49 PM

ନୂଆଦିଲ୍ଲୀ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଲଢ଼ିବ ନାହିଁ ଆମ ଆଦମୀ ପାର୍ଟି (ଆପ୍‌) । ଆପ୍‌ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିଓ୍ବାଲ ମହାବିକାଶ ଅଘାଡ଼ି ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ । ଆପ୍‌ ସାଂସଦ ସଂଜୟ ସିଂହ ଏନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି, ‘ମହାରାଷ୍ଟ୍ର ନିର୍ବାଚନରେ ଅରବିନ୍ଦ କେଜ୍ରିଓ୍ବାଲ ଏମଭିଏ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ । ଆମ ଆଦମୀ ପାର୍ଟି ମହାରାଷ୍ଟ୍ରରେ ନିର୍ବାଚନ ଲଢ଼ିବ ନାହିଁ ।’ 




ମହାରାଷ୍ଟ୍ରରେ ଆପ୍‌ ପ୍ରାର୍ଥୀ ଦେଇପାରେ ବୋଲି ଚର୍ଚ୍ଚା ହେଉଥିଲା । ମାଲାବାର ହିଲ୍‌ ଆସନରୁ ଆପ୍‌ ପ୍ରାର୍ଥୀ ଦେବ ବୋଲି କୁହାଯାଉଥିଲା । ଆଉ ଏବେ ମହାରାଷ୍ଟ୍ରରେ ନିର୍ବାଚନ ଲଢ଼ିବ ନାହିଁ ବୋଲି ଦଳ ପକ୍ଷରୁ ଔପଚାରିକ ଘୋଷଣା କରାଯାଇଛି ।  ଦିଲ୍ଲୀର ମନ୍ତ୍ରୀ ଏବଂ ଆପ୍‌ର ବରିଷ୍ଠ ନେତା ସୌରଭ ଭରଦ୍ବାଜ କହିଛନ୍ତି, ଆମ ମେଣ୍ଟରେ ଶରଦ ପାଓ୍ବାର ଏବଂ ଉଦ୍ଧବ ଠାକରେଙ୍କ ବଡ଼ ଭୂମିକା ରହିଛି । ସେମାନେ ଆମକୁ ଗୋଟିଏ ସିଟ୍‌ରେ ନିର୍ବାଚନ ଲଢ଼ିବା ଲାଗି ପ୍ରସ୍ତାବ ଦେଇଥିଲେ । କିନ୍ତୁ ଆପ୍‌ କେବଳ ନିର୍ବାଚନ ଲଢ଼ୁଥିବା ପାର୍ଟି ନୁହେଁ । ବିଜେପିକୁ ହରାଇବା ଲାଗି ଯେଉଁଠି ଆବଶ୍ୟକତା ପଡ଼ିବ ଆମେ ନିର୍ବାଚନ ଲଢ଼ିବୁ ବୋଲି ସେ କହିଛନ୍ତି । 

ଏହା ସହ ମହାରାଷ୍ଟ୍ରରେ ଇଣ୍ଡି ମେଣ୍ଟ ଭଲ ଭାବରେ ନିର୍ବାଚନ ଲଢ଼ିପାରିବ ଏବଂ ବିଜେପିକୁ ପରାସ୍ତ କରିପାରିବ । ତେଣୁ ଆମେ ନିର୍ବାଚନ ନଲଢ଼ି ମେଣ୍ଟ ସହଯୋଗୀଙ୍କୁ ସହାୟତା କରିବାକୁ ସ୍ଥିର କରିଛୁ ବୋଲି ସୌରଭ ଭରଦ୍ବାଜ କହିଛନ୍ତ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.