ଭୁବନେଶ୍ବର ୨୫/୦୧: ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କ ପରଲୋକ। ୫୪ ବର୍ଷ ବୟସରେ ଭୁବନେଶ୍ବର ଏମ୍ସରେ ଦାଦାଙ୍କ ଦେହାନ୍ତ। କଣ୍ଠଶିଳ୍ପୀ ଓ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତଙ୍କ ବିୟୋଗ ନେଇ ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଲେଖିଛନ୍ତି, ବିଶିଷ୍ଟ କଣ୍ଠଶିଳ୍ପୀ ଓ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି ଲେଖି ଏକ୍ସରେ ପୋଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ବିଶିଷ୍ଟ କଣ୍ଠଶିଳ୍ପୀ ଓ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା… pic.twitter.com/MjXdB9nPUi
— Mohan Charan Majhi (@MohanMOdisha) January 25, 2026
ସେପଟେ ସଙ୍ଗୀତ ନିର୍ଦ୍ଦେଶକ ତଥା ସୁପ୍ରସିଦ୍ଧ କଣ୍ଠଶିଳ୍ପୀ ଅଭିଜିତ୍ ମଜୁମଦାରଙ୍କ ବିୟୋଗକୁ ନେଇ ଶୋକ ବ୍ୟକ୍ତି କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଅଭିଜିତଙ୍କ ପରଲୋକ ଖବର ଶୁଣି ମୁଁ ଗଭୀର ଦୁଃଖିତ ଏବଂ ମର୍ମାହତ । ତାଙ୍କ ଦେହାନ୍ତ ଓଡ଼ିଆ ମନୋରଞ୍ଜନ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ମହାପ୍ରଭୁ ଶ୍ରୀଜଗନ୍ନାଥ ଅମର ଆତ୍ମାକୁ ସଦଗତି ପ୍ରଦାନ କରନ୍ତୁ । ଏଭଳି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗକୁ ସମବେଦନା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେହିପରି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ଶୋକବ୍ୟକ୍ତି କରିଛନ୍ତି ।
ଏହି ଦୁଃଖଦ ସମୟରେ ମୁଁ ଅମର ଆତ୍ମାର ସଦ୍ଗତି କାମନା… pic.twitter.com/Z2ot0zm2hn— Kanak Vardhan Singh Deo (Modiji Ka Parivar) (@KVSinghDeo1) January 25, 2026
ସଙ୍ଗୀତ ନିର୍ଦ୍ଦେଶ ଅଭିଜିତ୍ ମଜମୁଦାର ଲିଭିର୍ ଜନିତ ସମସ୍ୟା ପାଇଁ ଦୀର୍ଘ ଦିନ ହେଲା ଜୀବନ ମରଣ ସହ ସଂଘର୍ଷ କରି ହାରିଗଲେ । ଆଜି ସକାଳ ୯ଟା ୨୦ ମିନିଟରେ ୫୩ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ହ୍ୟୁମାନ୍ ସାଗରଙ୍କ ପରେ ଅଭିଜିତ୍ଙ୍କ ମୃତ୍ୟୁ, ଓଲିଉଡ୍ ଜଗତରେ ଅପୂରଣୀୟ କ୍ଷତ ସୃଷ୍ଟି ହୋଇଛି । ଜଣେ ଉଚ୍ଚ କୋଟିର ସଙ୍ଗୀତ ନିର୍ଦ୍ଦେଶକଙ୍କୁ ହରାଇ ସଙ୍ଗୀତ ଜଗତ ଶୋକାକୂଳ ହୋଇଛି ।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ୍ସ ପୋଷ୍ଟରେ ଲେଖିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ୍ ମଜୁମଦାରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ନିଜର ନିଆରା ସଙ୍ଗୀତ ଶୈଳୀ ମାଧ୍ୟମରେ ସେ ଦୀର୍ଘ ଦଶନ୍ଧି ଧରି ଓଡ଼ିଆ ଶ୍ରୋତାଙ୍କ ମନରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ । ତାଙ୍କର ଅକାଳ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।
ଆହୁରି ଅଧିକ ପଢ଼ନ୍ତୁ-ଆଉ ନାହାନ୍ତି ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର, ୫୪ ବର୍ଷ ବୟସରେ ପରଲୋକ
ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ୍ ମଜୁମଦାରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ନିଜର ନିଆରା ସଙ୍ଗୀତ ଶୈଳୀ ମାଧ୍ୟମରେ ସେ ଦୀର୍ଘ ଦଶନ୍ଧି ଧରି ଓଡ଼ିଆ ଶ୍ରୋତାଙ୍କ ମନରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ । ତାଙ୍କର ଅକାଳ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ଅମର…
— Dharmendra Pradhan (@dpradhanbjp) January 25, 2026